Posted inରାଜ୍ୟ

ଚଳିତ ବର୍ଷ ୩ ହଜାର ହେକ୍ଟର ପଞ୍ଚାୟତ: ପୋଖରୀରେ ହେବ ମାଛଚାଷ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଚଳିତ ବର୍ଷ ୩ ହଜାର ହେକ୍ଟର ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ କରାଯିବ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ ଇନ୍‌ପୁଟ ସବ୍‌ସିଡି ଦିଆଯାଉଛି। ମହିଳାମାନଙ୍କ ଆଥିର୍କ ଉନ୍ନତି ସହିତ ରାଜ୍ୟର ମତ୍ସ୍ୟଚାଷୀ ବୃଦ୍ଧି କରାଯାଇ ପାରିବ ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ସୋମବାର ଓକାକ୍‌ ସମ୍ମିଳନୀ କକ୍ଷରେ ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ମତ୍ସ୍ୟ ଚାଷ ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା। ବୈଠକରୁ ଜଣାଯାଇଛି ଯେ ରାଜ୍ୟରେ ୨୦୧୦-୧୧ରେ ମତ୍ସ୍ୟ ଉତ୍ପାଦନ ୩.୮୬ ଲକ୍ଷ ମେଟ୍ରିକ ଟନ ଥିବା ବେଳେ ୨୦୧୮-୧୯ ଆର୍ଥିକ ବର୍ଷରେ ଏହା ୭.୫୯ ଲକ୍ଷ ମେଟ୍ରିକ ଟନ ଉତ୍ପାଦନ ହୋଇଛି। ରାଜ୍ୟରେ ଅନୂ୍ୟନ ୭୨ ହଜାର ପୋଖରୀ ଓ ଜଳଭାଗ ରହିଛି। ସେଥିରୁ ଗତ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ନୂତନ କାର୍ଯ୍ୟକ୍ରମ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ଗ୍ରାମ ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ ଇନ୍‌ପୁଟ ସବସିଡି ମାଧ୍ୟମରେ ୧୪୭୨.୨୦ ହେକ୍ଟର ପରିମିତ ୧୭୨୯ଟି ପଞ୍ଚାୟତ ପୋଖରୀରେ ମାଛ ଚାଷ କରାଯାଇଥିଲା। ରାଜ୍ୟରେ ୨ ଲକ୍ଷ ହେକ୍ଟର ବିସ୍ତୃତ ଜଳଭଣ୍ଡାର ରହିଛି। ଏହା ଉପରେ ମତ୍ସ୍ୟଜୀବୀ ସମବାୟ ସମିତିର ସଭ୍ୟମାନେ ମାଛଧରି ଜୀବିକା ନିର୍ବାହ କରନ୍ତି। ଚଳିତ ଆର୍ଥିକ ବର୍ଷରେ ୬ଟି ଜଳଭଣ୍ଡାରରେ ମୋଟ ୨ଟି ଲେଖାଏ ମୋଟ ୧୨ଟି ଗୋଲାକାର ପଞ୍ଜୁରି ସ୍ଥାପନ କରି ଜଳ ଭଣ୍ଡାରରେ କାର୍ପ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ଚଳିତ ବର୍ଷ ୫୦ ଗୋଟି ପଞ୍ଜୁରିରେ ଉନ୍ନତ ପ୍ରଜାତିର ମାଛ ଉତ୍ପାଦନ ନିମନ୍ତେ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ କେନ୍ଦ୍ରୀୟ ମତ୍ସ୍ୟ ଗବେଷଣା କେନ୍ଦ୍ର, ବାରକପୁର ଏବଂ ବିଶ୍ୱସ୍ତରୀୟ ସଂଗଠନ ଓ୍ବାର୍ଲଡ ଫିସ ବୈଷୟିକ ପରାମର୍ଶ ପ୍ରଦାନ କରୁଛନ୍ତି।
୨୦୧୭-୧୮ରୁ ମତ୍ସ୍ୟ ପୋଖରୀ ଯୋଜନା ପ୍ରଚଳନ କରାଯାଉଛି। ନୂତନ ପୋଖରୀ ଖନନ ନିମନ୍ତେ ୫୦ ପ୍ରତିଶତ ତଥା ହେକ୍ଟର ପିଛା ୪ ଲକ୍ଷ ୨୪ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ଚଳିତ ବର୍ଷ ଉକ୍ତ ଯୋଜନାରେ ରାଜ୍ୟ ସରକାର ୪୪.୮୭ କୋଟି ଟଙ୍କା ପ୍ରଦାନ କରିଛନ୍ତି । ଉକ୍ତ ବୈଠକରେ ମନ୍ତ୍ରୀ ଜିଲା ଓ ବ୍ଲକସ୍ତରୀୟ ଅଧିକାରୀମାନଙ୍କ ସହ ମତ୍ସ୍ୟ ଉତ୍ପାଦନ ସମ୍ପର୍କରେ ୁ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri