ଚଳିତ ବର୍ଷ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା: ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪

ପ୍ୟାରିସ୍‌, ୧୮।୧୨: ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶରେ ମୋଟ ୪୯ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଚଳିତ ବର୍ଷ କମ୍‌ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ସେଥିମଧ୍ୟରୁ ଲାଟିନ୍‌ ଆମେରିକାରେ ସର୍ବାଧିକ ୧୪ ଜଣଙ୍କୁ ହତ୍ୟା କରାଯାଇଥିବା ଫ୍ରାନ୍ସ୍‌ର ରିପୋର୍ଟ ଓ୍ବିଦାଉଟ୍‌ ବର୍ଡର ପକ୍ଷରୁ ପ୍ରକାଶ ପାଇଛି। ମେକ୍ସିକୋରେ ୧୦ ଜଣଙ୍କୁ ହତ୍ୟା କରାଯାଇଛି। ସେହିପରି ଚଳିତ ବର୍ଷ ୩୮୯ ଗଣମାଧ୍ୟମ ପ୍ରତିନିଧିଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ଚାଇନା,ଇଜିପ୍ଟ ଏବଂ ସୌଦିରେ ଅଧାରୁ ଅଧିକ ଗଣମାଧ୍ୟମ ପ୍ରତିନିଧି ଗିରଫ ହୋଇଛନ୍ତି। ଅପରପକ୍ଷରେ ୫୭ଜଣଙ୍କୁ ବନ୍ଦୀ କରାଯାଇଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ବନ୍ଦୀ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରୁ ସିରିଆ, ୟେମେନ୍‌, ଇରାକ୍‌ ଏବଂ ୟୁକ୍ରେନ୍‌ରେ ଅଧିକ ବନ୍ଦୀ ହୋଇ ରହିଛନ୍ତି। ଆତଙ୍କବାଦୀ ପ୍ରବଣ ଅଞ୍ଚଳରେ ଅଧିକ ହତ୍ୟା ଘଟଣା ଘଟିଛି। ଶାନ୍ତ କୁହାଯାଉଥିବା ଦେଶରେ ମଧ୍ୟ ଏଭଳି ଘଟଣା ଘଟୁଛି। ଫଳରେ ଗଣମାଧ୍ୟମ ପ୍ରତିନିଧି ନିଜକୁ ଏବେ ସୁରକ୍ଷିତ ମଣୁ ନାହାନ୍ତି। ସୂଚନାଯୋଗ୍ୟ, ଗତ ୨୦ ବର୍ଷ ଧରି ପ୍ରତିବର୍ଷ ହାରାହାରି ୮୦ ପାଖାପାଖି ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଉଥିବା ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri