Posted inଖେଳ

ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ହୋଇପାରେ: ଆୟୋଜକ

ଟୋକିଓ,୩୦।୩ (ଏଏଫପି)- କୋଭିଡ-୧୯ ଆତଙ୍କ କାରଣରୁ ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଐତିହାସିକ ନିଷ୍ପତ୍ତି ନେଇଛି। ତେବେ ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖର ଘୋଷଣା ହୋଇପାରେ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଆଗାମୀ ଗ୍ରୀଷ୍ମ ଓ ବସନ୍ତ ଋତୁରେ ବିଭିନ୍ନ ଦୃଷ୍ଟିକୋରରୁ ଭଲ ଓ ମନ୍ଦ ବିଚାର ଆଇଓସି ନିଷ୍ପତ୍ତି ନେବ। ଚଳିତ ସପ୍ତାହରେ ତାରିଖ ନେଇ ଘୋଷଣା ହୋଇପାରେ ଓ ଏ ସଂକ୍ରାନ୍ତରେ ଆଇଓସି ଅଧ୍ୟକ୍ଷ ଥୋମାସ ବାକ୍‌ ତରଫରୁ ଚଳିତ ସପ୍ତାହରେ କିଛି ସୂଚନା ଆସିପାରେ ବୋଲି ଟୋକିଓ ୨୦୨୦ ମୁଖ୍ୟ ୟୋଶିରୋ ମୋରି କହିଛନ୍ତି।
ଉଲ୍ଲେଖଥାଉ କି, ଟୋକିଓ ଅଲିମ୍ପିକ୍ସ ଜୁଲାଇ ୨୪ରୁ ଆରମ୍ଭ ହୋଇ ୧୬ ଦିନରେ ପରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସାରା ବିଶ୍ୱରେ କରୋନା ଭାଇରସ ସଂକ୍ରମଣ ମହାମାରୀ ରୂପ ନେଇଥିବାରୁ ଏହି କ୍ରୀଡ଼ା ମହାକୁମ୍ଭକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଥିଲା। ଏହି ପରିସ୍ଥିତିର ଫାଇଦା ଉଠାଇ ଜାପାନର ଆୟୋଜକ ମାନେ ଗ୍ରୀଷ୍ମ ଉତ୍ତାପରରୁ ରକ୍ଷା ପାଇବା ପାଇଁ ଅଲିମ୍ପିକ୍ସକୁ ସ୍ପ୍ରିଙ୍ଗ୍‌ ତଥା ବସନ୍ତରେ ଆୟୋଜନ କରିବାକୁ ଯୋଜନା କରୁଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ପୂର୍ବରୁ ଉତ୍ତାପ କାରଣରୁ ମାରାଥାନକୁ ଟୋକିଓର ଉତ୍ତରରେ ୮୦୦ କି.ମି. ଦୂର ଥିବା ସାପ୍ପୋରୋରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଗ୍ରୀଷ୍ମରେ ଟୋକିଓ ଅପେକ୍ଷା ସାପ୍ପୋରୋରେ ଉତ୍ତାପ ଅପେକ୍ଷକୃତ କମ୍‌ ଥାଏ। ୨୦୨୧ ଜୁଲାଇ ୨୩ରେ ଅଲିମ୍ପିକ୍ସ ଆରମ୍ଭ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ପବ୍ଲିକ ବ୍ରଡ କାଷ୍ଟର ଏନ୍‌ଏଚ୍‌କେ କହିଛି। ଅଲିମ୍ପିକ ଘୁଞ୍ଚିବା ଓ ନୂଆ ଆୟୋଜନ ଏକ କଷ୍ଟକର ବ୍ୟାପାର ଓ ଏଥିରେ ଅତିରିକ୍ତ ଖର୍ଚ୍ଚ ହେବ ବୋଲି ଟୋକିଓ ୨୦୨୦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ତୋଶିରୋ ମୁଟୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri