ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଦାବି: ହାତରେ ଝାଡ଼ୁ ଧରି ଥାନା ଘେରିଲେ ମହିଳା

ଦଶରଥପୁର,୧୯।୯(ଡିଏନ୍‌ଏ): ଚଷାଖଣ୍ଡ ପଞ୍ଚାୟତକୁ ନିଶାମୁକ୍ତ କରିବା ଲାଗି ବୁଧବାର ସମ୍ପୃକ୍ତ ପଞ୍ଚାୟତର ଶତାଧିକ ମହିଳା ହାତରେ ଝାଡ଼ୁ ଓ ପହଁରା ଧରି ମଙ୍ଗଳପୁର ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଉକ୍ତ ପଞ୍ଚାୟତର ଚୋରା ମଦ ବ୍ୟବସାୟୀ ଓ ଗଞ୍ଜେଇ ବ୍ୟବସାୟୀଙ୍କ ବିରୋଧରେ ଆଗାମୀ ୭ଦିନ ମଧ୍ୟରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ବିକ୍ଷୋଭ ପ୍ରଦର୍ଶନ କରିବା ଲାଗି ଆସିଥିବା ମହିଳାମାନେ ଆଇନ୍‌ ହାତକୁ ନେବେ ବୋଲି ଚେତାବନୀ ଦେଇଛନ୍ତି। ଚଷାଖଣ୍ଡ ପଞ୍ଚାୟତରେ ଦୀର୍ଘଦିନ ଧରି ଚୋରାରେ ମଦ ଓ ଗଞ୍ଜେଇ ବ୍ୟବସାୟ ହେଇଆସୁଥିବା ପଞ୍ଚାୟତବାସୀଙ୍କ ପକ୍ଷରୁ ବହୁବାର ଥାନାକୁ ଅବଗତ କରାଯାଇଛି। ଚୋରାରେ ଚଳାଇଥିବା ଏହି ନିଶା ବ୍ୟବସାୟୀଙ୍କ ବିରୋଧରେ ପୋଲିସ୍‌ କୌଣସି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଚୋରା ନିଶା ବ୍ୟବସାୟୀ ଅବାଧରେ ତାଙ୍କ ବ୍ୟବସାୟ ବଢ଼ାଇ ଚାଲିଛନ୍ତି ବୋଲି ବିକ୍ଷୋଭକାରୀ ଅଭିଯୋଗ କରିଛନ୍ତି। ଥାନାଧିକାରୀ ଅସିତ୍‌ ରଞ୍ଜନ ମହାନ୍ତିଙ୍କ ଅନୁପସ୍ଥିତ ଯୋଗୁ ଥାନା ଏସ୍‌ଆଇ ହରିଶ୍‌ ସିଂ, ଏସ୍‌ଆଇ କବିତା ନାୟକ, ଏଏସ୍‌ଆଇ ସନ୍ତୋଷ କୁମାର ସିଂ, ଏଏସ୍‌ଆଇ ଟୁକନ ଦାସ ବିକ୍ଷୋଭକାରୀ ମହିଳାଙ୍କ ସହ ଆଲୋଚନା କରିବା ପରେ ଚୋରା କାରବାରର ମୂଳ ଉପତ୍ାଟନ ଲାଗି ଚେଷ୍ଟା କରିବ। ଏ ନେଇ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି କହିବା ସହିତ ଅଭିଯୋଗକାରୀଙ୍କଠାରୁ ପଞ୍ଚାୟତରେ ନିଶା କାରବାର କରୁଥିବା ଚୋରା ବ୍ୟବସାୟୀଙ୍କ ନାମକୁ ପୋଲିସ୍‌ ନୋଟ୍‌ କରି ୭ ଦିନ ମଧ୍ୟରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଥିଲା। ଏହାପରେ ମହିଳାମାନେ ଫେରିଥିଲେ। ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କ ମଧ୍ୟରେ କନକ ମଲ୍ଲିକ୍‌, ରନତ୍ ମଲିକ, ସଞ୍ଜୁଲତା ମଲ୍ଲିକ୍‌, ପାର୍ବତି ମଲ୍ଲିକ୍‌, ଭାଗ୍ୟବତି ମଲ୍ଲିକ୍‌, ମିନତୀ ମଲ୍ଲିକ୍‌, ଛବି ମଲ୍ଲିକ ପ୍ରମୁଖ ଶତାଧିକ ମହିଳା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri