ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ ହୋଇଛି। ଜାନୁୟାରୀ ୧୬ ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ସେଚ କ୍ଷେତ୍ରରେ ଉତ୍ତମ ଜଳ ପରିଚାଳନା, କେନାଲର ରକ୍ଷଣାବେକ୍ଷଣ ଓ ପାଣି ପଞ୍ଚାୟତଗୁଡ଼ିକର ସାମଗ୍ରିକ ଦାୟିତ୍ୱ ନିର୍ବାହ କ୍ଷେତ୍ରରେ ସଫଳତା ପାଇଁ ଏହି ପୁରସ୍କାର ଦିଆଯାଇଛି। ଏ ନେଇ କ୍ଷୁଦ୍ର ଜଳସେଚନ ଅନ୍ତର୍ଗତ ପ୍ରକଳ୍ପ ଗୁଡ଼ିକରେ ରାଜ୍ୟସ୍ତରରେ ଏହା ତୃତୀୟ ସ୍ଥାନ ଅଧିକାର କରିଥିବାରୁ ଶ୍ରେଷ୍ଠ ପ୍ରକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟ ଜଳସମ୍ପଦ ଓ ସୂଚନା ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଏହି ପୁରସ୍କାର ଭୁବନେଶ୍ୱରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲା ଧର୍ମଗଡ କ୍ଷୁଦ୍ର ଜଳସେଚନ ବିଭାଗ ଏସ୍‌ଡିଓ ଧୀରେନ୍ଦ୍ର କୁମାର ନାଏକଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri