ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍‌ ହରାଇ ୩୩୭ ରନ କରିଥିଲା। ଲେଗ୍‌-ସ୍ପିନର ଚହଲ ନିଜ ୧୦ ଓଭର କୋଟାରେ ୮୮ ରନ ବ୍ୟୟ କରିବା ସହ ଉଇକେଟ୍‌ ଶୂନ୍ୟ ରହି ବେଶ୍‌ ମହଙ୍ଗା ସାବ୍ୟସ୍ତ ହୋଇଥିଲେ। ଯେଉଁଥିରେ ୭ ଚୌକା ଓ ୬ ଛକା ସାମିଲ ରହିଛି। ଦିନିକିଆ କ୍ରିକେଟ୍‌ରେ ଚହଲଙ୍କ ଏହା ସବୁଠାରୁ ଖରାପ ବୋଲିଂ ସ୍ପେଲ ମଧ୍ୟ ହୋଇଛି। ଚହଲ ଏଥିସହ ବିଶ୍ୱକପ୍‌ ଇତିହାସରେ ସବୁଠାରୁ ମହଙ୍ଗା ବୋଲିଂ କରିଥିବା ଭାରତୀୟ ବୋଲର ହେବାର ଅଲୋଡ଼ା ରେକର୍ଡକୁ ନିଜ ନାମରେ କରିଛନ୍ତି। ପୂର୍ବରୁ ଜାଭାଗଲ ଶ୍ରୀନାଥ ଏହି ରେକର୍ଡର ଅଧିକାରୀ ହୋଇଥିଲେ। ଶ୍ରୀନାଥ ପୂର୍ବରୁ ୨୦୦୩ ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ୮୭ ରନ ବ୍ୟୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri