ଚାଇନାକୁ ଟ୍ରମ୍ପଙ୍କ ଚେତାବନୀ: ସାଲିସ ନ କଲେ ପରିଣାମ ଭୋଗିବ

ନୂଆଦିଲ୍ଲୀ,୧୩।୫: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମୁନାହିଁ। ଏପରିସ୍ଥିତିରେ  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଚେତାବନୀ ଦେଇଛନ୍ତି। ବାଣିଜ୍ୟ ନେଇ ଆମେରିକା ସହ ସାଲିସ କରିବାକୁ ଟ୍ରମ୍ପ କହିଛନ୍ତି। ଏଭଳି ନ କଲେ ପରିଣାମ ଭୟାବହ ହେବା ସହ ଅସୁବିଧା ଭୋଗିବ ବୋଲି ଟ୍ରମ୍ପ ଚାଇନାକୁ କହିଛନ୍ତି। ଦୁଇ ଦେଶ ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧର ସମାପ୍ତି ଲାଗି ଅନେକ ଚେଷ୍ଟା ହୋଇଛି। ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ ହେଉଛି। ଏହି କ୍ରମରେ ଚାଇନା ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଆଲୋଚନା ବେଜିଂଠାରେ ଆଗାମୀ ଦିନରେ ଅନୁଷ୍ଠିତ ହେବ ବୋଲି ଚାଇନାର ଜଣେ ବରିଷ୍ଠ ଅଧିକାରୀ  ସୂଚନା ଦେଇଛନ୍ତି। ବୈଠକ କେବେ ଅନୁଷ୍ଠିତ ହେବ ସେ ନେଇ ଅଧିକାରୀ ଜଣକ କୌଣସି ସୂଚନା ଦେଇ ନାହାନ୍ତି। ମାତ୍ର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡିକୁ ନେଇ ଚାଇନା କୌଣସି ସାଲିସ କରିବ ନାହିଁ ବୋଲି ଅଧିକାରୀ କହିଛନ୍ତି। ଟ୍ରମ୍ପ ଏକ ଟୁଇଟ ଯୋଗେ କହିଛନ୍ତି ଯେ, ଆମେରିକା ନିଷ୍ପତ୍ତିରେ ଚାଇନାକୁ ଏଭଳି ଝଟକା ଲାଗିଛି ଯେ, ୨୦୨୦ରେ ଆସିବାକୁ ଥିବା ନିର୍ବାଚନ ଯାଏ ଏହା ଅପେକ୍ଷା କରିବାକୁ ଚାହଁୁଛି। ସେମାନେ ଏୟା ଦେଖିବାକୁ ଚାହିଁଛନ୍ତି ଯେ, ୨୦୨୦ରେ କିଏ ଆମେରିକା ରାଷ୍ଟ୍ରପତି ହେଉଛି। ଯଦି କୌଣସି ଡେମୋକ୍ରାଟ ଆମେରିକାର ରାଷ୍ଟ୍ରପତି ହେଲେ ତେବେ ସେମାନେ ପ୍ରତିବର୍ଷ ୫୦୦ ବିଲିୟନ ଡଲାର ଚୂନ ଲଗେଇବା ଜାରି ରଖିବେ। ସେମାନେ ଏହା ମଧ୍ୟ ଜାଣିଛନ୍ତି ଯେ, ନିର୍ବାଚନରେ ମୁଁ ପୁଣି ଆସିବି। ଆମେରିକା ଇତିହାସରେ ରୋଜଗାର ତଥା ଆର୍ଥତ୍କ ସ୍ଥିତି ତାଙ୍କ ସମୟରେ ଭଲ ରହିଥିବା ଟ୍ରମ୍ପ କହିଛନ୍ତି। ତେଣୁ ତାଙ୍କର ଦ୍ୱିତୀୟ ପାଳିରେ ବାଣିଜି୍ୟକ ଆଲୋଚନା ହେଲେ ଏହା ଚାଇନା ପାଇଁ ମଙ୍ଗଳକର ହେବ ନାହିଁ ବୋଲି ଟ୍ରମ୍ପ କହିଛନ୍ତି। ଏଣୁ ବର୍ତ୍ତମାନ ଆଲୋଚନା କରିନେବା ଚାଇନା ଲାଗି ମଙ୍ଗଳକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri