ଚାଇନାରେ ମୃତ୍ୟୁସଂଖ୍ୟା ୪୧

ବ୍ରାଜିଲ,୨୬ା୧: ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶନିବାର ୪୧ରେ ପହଞ୍ଚତ୍ଛି। ୧୩୦୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୨୩୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟ ୧୯୬୫ ଜଣଙ୍କ ଠାରେ ଏହି ଭୂତାଣୁ ଥିବା ସନ୍ଦେହ କରାଯାଉଥିବାରୁ ସେମାନଙ୍କୁ ସ୍ବତନ୍ତ୍ର ଓ୍ବାର୍ଡରେ ରଖାଯାଇଛି। ସଂକ୍ରମଣର କେନ୍ଦ୍ରସ୍ଥଳ କୁହାଯାଉଥିବା ୟୁହାନ ସହରକୁ ବାହ୍ୟଜଗତରୁ ବିଚ୍ଛିନ୍ନ କରିଦିଆଯାଇଛି। ସେଠାର ଲୋକମାନଙ୍କୁ ବାହାରକୁ ନ ଯିବା ଲାଗି ବାରଣ କରାଯାଇଛି। ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ୧୫ ଦିନ ମଧ୍ୟରେ ଦ୍ୱିତୀୟ ହସ୍ପିଟାଲ ନିର୍ମାଣ କରିବାକୁ ଚାଇନା ସରକାର ଶନିବାର ଘୋଷଣା କରିଛନ୍ତି। ହଂକଂରେ କରୋନା ଭୂତାଣୁ ସଂକ୍ରମଣ ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ସେଠାରେ ଜରୁରୀ ସ୍ଥିତି ଜାରି କରିଛନ୍ତି। ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯିବା ସହ ଲୋକମାନଙ୍କୁ ସତର୍କ ରହିବାକୁ କୁହାଯାଇଛି। ହଂକଂରେ ଏପର୍ଯ୍ୟନ୍ତ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri