Posted inଖେଳ

ଚାଇନା ଓପନ: ରାଙ୍କିରେଡ୍ଡୀ-ଚିରାଗଙ୍କ ବିଦାୟ

ଚାଙ୍ଗ୍‌ଝୋ(ଚାଇନା),୧୯।୯: ଭାରତୀୟ ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ସିଧାସଳଖ ପରାଜୟ ସହ ଏଠାରେ ଚାଲିଥିବା ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରୁ ଅଭିଯାନ ଶେଷ କରିଛନ୍ତି। ରାଙ୍କିରେଡ୍ଡୀ ଓ ଚିରାଗଙ୍କ ଯୋଡ଼ିକୁ ଜାପାନର ତାକାହାଶି ମାକୁରା ଓ କେଇଗୋ ସେନୋଡା ୧୯-୨୧, ୮-୨୧ ଗେମ୍‌ରେ ହରାଇ ଦେଇଛନ୍ତି। ବିଶ୍ୱର ୧୫ତମ ର଼୍ୟାଙ୍କ ଭାରତୀୟ ଯୋଡ଼ି ମ୍ୟାଚ୍‌ରେ ମାତ୍ର ୩୩ ମିନିଟ୍‌ ପର୍ଯ୍ୟନ୍ତ ତିଷ୍ଠି ପାରିଥିଲେ। ରାଙ୍କିରେଡ୍ଡୀ-ଚିରାଗ ସମାନ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଏହା କ୍ରମାଗତ ଦ୍ୱିତୀୟ ପରାଜୟ। ଗତ ଜୁଲାଇରେ ବିଶ୍ୱର ୪ର୍ଥ ର଼୍ୟାଙ୍କ କାମୁରା ଓ ସେନୋଡା ଭାରତୀୟ ଯୋଡ଼ିକୁ ହରାଇଥିଲେ। ଅନ୍ୟପକ୍ଷରେ ମିକ୍ସଡ୍‌ ଡବଲ୍ସ ବର୍ଗରେ ସାତ୍ତ୍ୱିକ ଓ ଅଶ୍ୱିନୀ ପୋନାପ୍ପାଙ୍କ ଯୋଡ଼ି ୭ମ ର଼୍ୟାଙ୍କ ଇଣ୍ଡୋନେସିଆର ପ୍ରବୀଣ ଜୋର୍ଡାନ ଓ ମେଲାଟି ଦେବା ଓକ୍‌ତାଭିଆଣ୍ଟିଙ୍କୁ ହରାଇ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଭାରତୀୟ ଯୋଡ଼ି ଦ୍ୱିତୀୟ ରାଉଣ୍ଡରେ ଜାପାନର ୟୁକି କାନେକୋ ଓ ମିସାକି ମାତ୍‌ସୁତୋମୋଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri