ଚାଇନା ପରେ ସ୍ପେନକୁ ବ୍ୟାପିଲା କରୋନା ଭାଇରସ୍‌: ହୋଟେଲରେ ଫସିଲେ ଶତାଧିକ ଲୋକ

ମାଦ୍ରିଦ୍‌,୨୬।୨: ସାରା ବିଶ୍ବରେ କରୋନା ଭାଇରସ୍‌ ଏବେ କାୟା ବିସ୍ତାର କରି ଚାଲିଛି। ପ୍ରଥମେ ଚାଇନାର ଉହାନ ସହରରୁ ସୃଷ୍ଟ ଏହି ଭାଇରସ୍‌ ସଂକ୍ରମଣ ଏବେ ବିଭିନ୍ନ ଦେଶକୁ ବ୍ୟାପୁଛି। ସ୍ପେନରେ କରୋନା ଭାଇରସ୍‌ର ପ୍ରଥମ ରୋଗୀ ଚିହ୍ନଟ ହୋଇଛନ୍ତି। ଜଣେ ଇଟାଲିଆନ୍‌ ଡାକ୍ତରଙ୍କ ରକ୍ତ ନମୁନା ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ନମୁନା ରିପୋର୍ଟ ଆସିବା ପରେ କେନରୀ ଦ୍ୱୀପସ୍ଥିତ ଟେନେରିଫ୍‌ର ଏକ ହୋଟେଲରେ ତାଙ୍କୁ ଅଟକ ରଖାଯାଇଛି। ସ୍ଥାନୀୟ ଗଣମାଧ୍ୟମ ଅନୁସାରେ ଏଚ୍‌-୧୦ କୋଷ୍ଟା ଏଡିଜେ ପ୍ୟାଲେସ୍‌ ହୋଟେଲରେ ରହୁଥିବା ଶହ ଶହ ଲୋକଙ୍କୁ ସେମାନଙ୍କ ରୁମ୍‌ରେ ରହିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହାପରେ ଆଗକୁ କ’ଣ କରାଯିବ, ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି। ସୂଚନାଯୋଗ୍ୟ, ସମ୍ପୃକ୍ତ ସଂକ୍ରମିତ ଡାକ୍ତର ହେଉଛନ୍ତି ଲୋମବାର୍ଡି ଅଞ୍ଚଳର। ଯେଉଁଠାରେ ଇଟାଲିଆନ୍‌ ଅଧିକାରୀମାନେ ଉକ୍ତ ଭାଇରସ୍‌ ପ୍ରକୋପର ସାମ୍ନା କରୁଛନ୍ତି। ତେବେ ସ୍ପେନ୍‌ରେ ଏହି ଘଟଣା ପ୍ରଥମ ହୋଇଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ସ୍ବାସ୍ଥ୍ୟ ବିଭାଗ ସହରର ପଞ୍ଚତାରକା ଥିବା ୪ଟି ହୋଟେଲରେ ରହୁଥିବା ଅତିଥିଙ୍କ ଉପରେ ତୀକ୍ଷ୍‌ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?