Posted inବରଗଡ଼

ଚାଇନା ପାର୍ସଲକୁ ନେଇ ଲୋକେ ଆତଙ୍କିତ

ବିନିକା,୨୪।୩(ଡି.ଏନ୍‌.ଏ.)-କରୋନା ଭାଇରସ୍‌ ନେଇ ବିଶ୍ୱବାସୀ ଆତଙ୍କିତ ଥିବା ବେଳେ ଭାରତ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ସୁବର୍ଣ୍ଣପୁର ଜିଲାର ବିନିକା ଉପ ଡାକଘରକୁ ଚାଇନାରୁ ଏକ ପାର୍ସଲ ଆସିଛି। ଏହା ଜଣାପଡିବା ପରେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିବା ବେଳେ ଲୋକଙ୍କ ମନରେ ଭୟ ଓ ଆତଙ୍କ ଖେଳିଯାଇଛି। ଏନେଇ ଡାକ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି ବୋଲି ବିନିକା ଉପ-ଡାକଘର ପୋଷ୍ଟମାଷ୍ଟର ତାରିଣୀ ରଞ୍ଜନ ଜେନା କହିଛନ୍ତି। ଚାଇନାରୁ ଆସିଥିବା ପାର୍ସଲଟି ବିନିକା ସହରର ଦିଲୀପ ସୁବୁଦ୍ଧିଙ୍କର ବୋଲି ଅର୍ଡର ହୋଇଥିବା ପାର୍ସଲରେ ଲେଖାଯାଇଥିବା ନାମ ଓ ଠିକଣାରୁ ଜଣାପଡିଛି। ଦିଲୀପଙ୍କର ବିନିକାରେ ଲକ୍ଷ୍ମୀ ମେଡିକାଲ ନାମରେ ଏକ ଔଷଧ ଦୋକାନ ରହିଛି। ତେବେ ବର୍ତ୍ତମାନ ପରିସ୍ଥିତିରେ ଏହି ପାର୍ସଲ ଗ୍ରହଣ କରିବାକୁ ମନା କରି ଦେଇଥିବା ଦିଲୀପ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?