ଚାଇନା ଫେରନ୍ତା ବ୍ୟକ୍ତି ଅସୁସ୍ଥ: ଖଇରାରେ କରୋନା ଆତଙ୍କ

ଖଇରା,୭।୩(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୋଜାଗଡ଼ ଗ୍ରାମରେ କରୋନା ଆତଙ୍କ ଦେଖାଦେଇଛି। ଚାଇନା ଫେରନ୍ତା ଯୁବକ ଜଗନ୍ନାଥ ଜେନାଙ୍କୁ କରୋନା ସଂକ୍ରମିତ ଥିବା ସନ୍ଦେହ କରାଯାଉଛି। ଖଇରା ମେଡିକାଲର ଏକ ଟିମ୍‌ ଶୁକ୍ରବାର ଜଗନ୍ନାଥଙ୍କ ଘରକୁ ଯାଇ ତାଙ୍କୁ କଟକ ବଡ଼ ଡାକ୍ତରଖାନା ଯିବାକୁ ପରାମର୍ଶ ଦେଇଛନ୍ତି। ମାତ୍ର ଜଗନ୍ନାଥ କଟକ ଯିବାକୁ ରାଜି ହେଉ ନ ଥିବା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ପ୍ରଭାକର ମିଶ୍ର କହିଛନ୍ତି।
ପ୍ରକାଶ ଯେ, ଜଗନ୍ନାଥ ଗତ ୨୦ ତାରିଖରେ ଚାଇନାର ଜିଆନସିରୁ ମାଲେସିଆ, ଦିଲ୍ଲୀଦେଇ ଘରକୁ ଆସିଥିଲେ। ଉଭୟ ଏୟାରପୋର୍ଟରେ ତାଙ୍କର ସ୍କ୍ରିନିଂ ଟେଷ୍ଟରେ ନେଗେଟିଭ ବାହାରିଥିଲା। ହେଲେ ୩ ଦିନ ତଳେ ତାଙ୍କୁ ଥଣ୍ଡା ଜ୍ବର ହେବାରୁ ସେ ପ୍ରଥମେ ଖଇରା ପରେ ବାଲେଶ୍ବର ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ସେଠାରେ ଡାକ୍ତର ତାଙ୍କୁ କଟକ ଯିବାକୁ ପରାମର୍ଶ ଦେଇଥିଲେ। ମାତ୍ର ଜଗନ୍ନାଥ କଟକ ନ ଯାଇ ଘରକୁ ଫେରି ଯାଇଥିଲେ। ଏବେ ସେ ଅସୁସ୍ଥ ଥିବାରୁ ଆଖପାଖ ଅଞ୍ଚଳରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri