ଚାଇନା ଫେରନ୍ତା ଯୁବକଙ୍କୁ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ

ରଘୁନାଥପୁର, ୧୩ା୨ (ଡି.ଏନ.ଏ.): ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଚିନ୍ତା ଘରିଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁ।ର ଚାଇନା ଫେରନ୍ତା ଯୁବକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଖୋଜାଯାଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସିଡିଏମଓଙ୍କ ପକ୍ଷରୁ ନିର୍ଦ୍ଦେଶ ଆସିବା ପରେ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ସୁକାନ୍ତ କୁମାର ଦଳାଇ ସଜାଗ ହୋଇ ଉଠିଥିଲେ। ଡା. ପ୍ରଭାସ ଚନ୍ଦ୍ର ସ୍ବାଇଁ, ଜନସ୍ବାସ୍ଥ୍ୟ ଅଧିକାରୀ ରାନୁ ମହାପାତ୍ର ଓ ମହେଶ୍ୱର ମଲ୍ଲିକ ପ୍ରମୁଖ ଚାନ୍ଦପୁରସ୍ଥିତ ବାସଭବନକୁ ଯାଇ ଚାଇନା ଫେରନ୍ତା ଜଗବନ୍ଧୁ ମହାପାତ୍ରଙ୍କୁ ଖୋଜିଥିଲେ। ତେବେ ଜଗବନ୍ଧୁ ଜାନୁୟାରୀ ୩୦ ରୁ ବମ୍ବେ ପଳାଇଥିବା ଜାଣିବାକୁ ପାଇଥିଲେ। ଡା. ସ୍ବାଇଁଙ୍କ କହିବା ମୁତାବକ, ଜଗବନ୍ଧୁ ବମ୍ବେର ଏକ କମ୍ପାନୀର ସୁପରଭାଇଜର ଭାବେ କାମ କରନ୍ତି। ଜାନୁୟାରୀ ୮ରେ କମ୍ପାନୀ କାମରେ ଚାଇନା ଯାଇଥିଲେ। ସେଠାରୁ ଜାନୁୟାରୀ ୧୫ରେ ଫେରି ୨୯ ତାରିଖ ପର୍ଯ୍ୟନ୍ତ ବାଲେଶ୍ୱରରେ ଅବସ୍ଥାନ କରିଥିଲେ। ଉକ୍ତଦିନ ରଘୁନାଥପୁରସ୍ଥିତ ଚାନ୍ଦପୁର ବାସଭବନକୁ ଆସି ଦିନେ ରହିବା ପରେ ୩୦ ତାରିଖରେ ବମ୍ବେ ଚାଲିଯାଇଥିଲେ। ସ୍ବାସ୍ଥ୍ୟ ବିଭାଗର ତନାଘନା ପରେ ଅଞ୍ଚଳରେ ଏହାକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଜଗବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ସମ୍ପର୍କରେ ପଡୋଶୀଙ୍କଠାରୁ ଡା. ସ୍ବାଇଁ ସୂଚନା ପାଇଥିଲେ। ହେଲେ ବ୍ୟକ୍ତିଗତ ଭାବେ ତାଙ୍କୁ ନ ଦେଖିଲେ କିଛି କହିହେବ ନାହିଁ ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଦଳେଇ ପ୍ରକାଶ କରିଛନ୍ତି। ତେବେ ଏ ସମ୍ପର୍କରେ ସବିଶେଷ ତଥ୍ୟ ବିଭାଗକୁ ଜଣାଇ ଦିଆଯାଇଥିବା ଡା. ଦଳାଇ କହିଛନ୍ତି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜଗବନ୍ଧୁ ଚାଇନାରୁ ଫେରିବା ପରେ ତାଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଛି କି ନାହିଁ, ଏହାଛଡା ସେ ଅବସ୍ଥାନ କରିଥିବା ସ୍ଥାନରେ ସାଧାରଣ ଲୋକଙ୍କ ସହ ମିଶିଥିବା ହେତୁ ପାରିପାର୍ଶ୍ୱିକ ସ୍ଥିତି କିପରି ଅଛି, ସ୍ବାସ୍ଥ୍ୟ ବିଭାଗ ଅନୁଧ୍ୟାନ କରିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri