Posted inଜାତୀୟ

ଚାଇନା ବିରୋଧରେ ତାତିଲେ ବ୍ୟବସାୟୀ: #ବୟକଟ୍‌ଚାଇନାର ଲଗାଇଲେ ୧୫ ହଜାର ପୋଷ୍ଟର

ଜୟପୁର,୨୨।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗିରହିଛି। ଜୁନ ୧୫ ରାତିରେ ଲଦାଖର ଗଲଓ୍ବାନ ଘାଟିରେ ଭାରତୀୟ ସୈନ୍ୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଥିଲା। ଏହି ସଂଘର୍ଷରେ ଭାରତୀୟ ସେନାର ୨୦ଜଣ ଯବାନ ଶହୀଦ ହୋଇଥିଲେ। ନିଜ ଯବାନଙ୍କୁ ହରାଇବା ପରେ ଦେଶରେ ଚାଇନା ପ୍ରତି କ୍ରୋଧଭାବ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ଚାଇନା ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଚାଇନା ସମାଗ୍ରୀକୁ ବହିଷ୍କାର କରିବା ଲାଗି ଦାବି କରାଯାଉଛି। ଇତିମଧ୍ୟରେ ଜୟପୁରରେ ବ୍ୟବସାୟୀମାନେ ଚାଇନା ସାମଗ୍ରୀକୁ ବହିଷ୍କାର କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପ୍ରତ୍ୟେକ ଦୋକାନରେ #ବୟକଟ୍‌ଚାଇନାର ଏକ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ଜୟପୁର ବ୍ୟବସାୟୀ ସଂଘ ସୋମବାର ରାଜାପାର୍କରେ ଥିବା ଦୋକାନଗୁଡ଼ିକରେ ୧୫ହଜାର ପୋଷ୍ଟର ଲଗାଇ ଏହାର ଆରମ୍ଭ କରିଛନ୍ତି। ଯେଉଁ ଗ୍ରାହକ ମୋବାଇଲ୍‌ କିଣିବା ପାଇଁ ଆସିବେ ସେମାନଙ୍କୁ ଚାଇନା ମୋବାଇଲ୍‌ ବଦଳରେ ସାମସଙ୍ଗ୍‌ ଓ ନୋକିଆ ଫୋନ କିଣିବାକୁ ପରାମର୍ଶ ଦିଆଯିବ। ଏଭଳି ଲୋକଙ୍କ ମନରେ ଚାଇନା ସାମଗ୍ରୀ ବିରୋଧରେ ସଚେତନତା ସୃଷ୍ଟି କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ତେବେ ଦେଶପାଇଁ କ୍ଷତି ସହିବାକୁ ବ୍ୟବସାୟୀ ପ୍ରସ୍ତୁତ ଅଛନ୍ତି ବୋଲି ଜୟପୁର ବ୍ୟବସାୟୀ ସଂଘର ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri