ଚାଇନା ବିରୋଧରେ ଭାରତ ଲଢୁଛି ଦୁଇଟି ଯୁଦ୍ଧ: କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଥିଲେ। ଏଥିରେ ସେ ଚାଇନାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆଜି ଭାରତ ଚାଇନା ବିରୋଧର ୨ ପ୍ରକାର ଯୁଦ୍ଧ ଲଢୁଛି। ଗୋଟିଏ ପଟେ ଚାଇନା ଭାଇରସ ସହ ଅନ୍ୟପଟେ ସୀମାରେ ଚାଇନା ସେନା ସହ। ଦେଶର ଏହି ସଙ୍କଟ ସମୟରେ ଆମେ ଏକଜୁଟ ଅଛୁ ବୋଲି କେଜରିଓ୍ବାଲ କହିଛନ୍ତି। ଚାଇନାଠରୁ ଯୁଦ୍ଧରେ ବିଜୟୀ ହେବାକୁ ଗୋଟିଏ ପଟେ ଡାକ୍ତର ଲଢୁଥିବା ବେଳେ ଅନ୍ୟପଟେ ସେନା ବି ଲଢେଇ କରି ଚାଲିଛି। ତେବେ କରୋନା ଭାଇରସ ସଂକ୍ରମଣକୁ ନେଇ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ କହିଛନ୍ତି ଦିଲ୍ଲୀରେ ଏବେ ୨୫ ହଜାର ଆକ୍ଟିଭ କେଶ ରହିଛି। ସେହିପରି ଦିଲ୍ଲୀରେ ଟେଷ୍ଟିଂ ପରିମାଣ ୩ଗୁଣା ବୃଦ୍ଧି ପାଇଛି। ଫଳରେ ପୂର୍ବରୁ ଦିନକୁ ମାତ୍ର ୫ହଜାର କରୋନା ଟେଷ୍ଟ କରାଯାଉଥିବା ବେଳେ ଏବେ ଦିନକୁ ୧୮ ହଜାର ଟେଷ୍ଟ କରାଯାଇ ପାରିବ ବୋଲି ସେ କହିଛନ୍ତି। ତେଣୁ ଏବେ ଦିଲ୍ଲୀବାସୀ କରୋନା ଟେଷ୍ଟକୁ ନେଇ ଆଉ ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ସେ କହିଛନ୍ତି। ସେହିପରି ରାଜଧାନୀରେ କରୋନା ମୃତ୍ୟୁହାର ମଧ୍ୟ କମ୍‌ ରହିଛି ବୋଲି କେଜରିଓ୍ବାଲ ମତ ରଖିଛନ୍ତି। ଅନ୍ୟପଟେ ହୋମ୍‌ ଆଇସୋଲେଶନରେ ରହୁଥିବା ରୋଗୀଙ୍କୁ ଏଣିକି ସରକାର ପଲସ୍‌ ଅକ୍ସିମିଟରର୍ସ ଯୋଗାଇ ଦେବେ ବୋଲି କେଜରିଓ୍ବାଲ କହିଛନ୍ତି। ଫଳରେ ରୋଗୀ ପ୍ରତି ଘଣ୍ଟାରେ ତାଙ୍କର ଅକ୍ସିଜେନ ଲେବଲ ଟେଷ୍ଟ କରିପାରିବେ। ଆଉ ଯେତେବେଳେ ରୋଗୀ ଜଣକ ସୁସ୍ଥ ହୋଇଯିବେ ସେତେବେଳେ ସେ ସରକାରଙ୍କୁ ପଲସ୍‌ ଅକ୍ସିମିଟରର୍ସ ଫେରାଇ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଧାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri