Posted inଖେଳ

ଚାଇନା ସାମଗ୍ରୀ ବର୍ଜନକୁ ସମର୍ଥନ କରିବାରେ ହରଭଜନ ପ୍ରଥମ ସେଲିବ୍ରିଟି

ନୂଆଦିଲ୍ଲୀ, ୨୦।୬- ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ନିକଟରେ ପୂର୍ବ ଲଦାଖର ଗାଲ୍‌ଓ୍ବାନ ଉପତ୍ୟକା ନିକଟରେ ଘଟିଥିବା ରକ୍ତାକ୍ତ ସଂଘର୍ଷ ପରେ ୨୦ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ। ସେହିଭଳି ୪୦ରୁ ଊର୍ଦ୍ଧ୍ୱ ଚାଇନା ସୈନ୍ୟ ନିହତ ହୋଇଥିବା ରିପୋର୍ଟ ପ୍ରକାଶ ପାଇଥିଲା। ଏହି ଘଟଣା ପରେ ସାରା ଭାରତରେ ଚାଇନା ସାମଗ୍ରୀ ବର୍ଜନ କରିବାକୁ ଚାରିଆଡ଼ୁ ସ୍ବର ଉତ୍ତୋଳନ ହୋଇଛି। ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଉତ୍ତେଜନାମୂଳକ ପରିସ୍ଥିତିରେ ରହିଥିବାବେଳେ ପୂର୍ବତନ ଭାରତୀୟ କ୍ରିକେଟର୍‌ ହରଭଜନ ସିଂ ଚାଇନା ସାମଗ୍ରୀ ବର୍ଜନ କରିବାକୁ ସମର୍ଥନ କରିଛନ୍ତି। ଭାରତରେ ଚାଇନା ସାମଗ୍ରୀ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇବା ନେଇ ସରକାରୀସ୍ତରରେ ବିଚାର ଚାଲିଥିବାବେଳେ ହରଭଜନଙ୍କ ଏଭଳି ନିଷ୍ପତ୍ତି ଯୋଗୁ ତାଙ୍କୁ ଚାରିଆଡ଼ୁ ପ୍ରଶଂସା କରାଯାଇଛି। ‘ସମସ୍ତ ଚାଇନା ସାମଗ୍ରୀ ବ୍ୟାନ କର’ ବୋଲି ୩୯ ବର୍ଷୀୟ ହରଭଜନ ନିଜ ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି। ଦି କନ୍‌ଫେଡେରେଶନ ଅଫ୍‌ ଅଲ୍‌ଇଣ୍ଡିଆ ଟ୍ରେଡ୍ସ (ସିଏଆଇଟି) ମଧ୍ୟ ହରଭଜନଙ୍କୁ ପ୍ରଶଂସା କରିଛି। ଦେଶରେ ଚାଇନା ସାମଗ୍ରୀ ଉପରେ ପ୍ରତିବନ୍ଧକ ଲଗାଇବାକୁ ସମର୍ଥନ ଜଣାଇବାରେ ହରଭଜନ ପ୍ରଥମ ସେଲିବ୍ରିଟି ବୋଲି ସିଏଆଇଟି ସାଧାରଣ ସମ୍ପାଦକ ପ୍ରବୀଣ ଖଣ୍ଡଓ୍ବାଲେ କହିଛନ୍ତି। ଲଦାଖରେ ଭାରତୀୟ ଯବାନ ଶହୀଦ ହେବାପରେ ଏକ ସାକ୍ଷାତ୍‌କାରରେ ହରଭଜନ କହିଥିଲେ, ଭାରତୀୟ ସୈନ୍ୟଙ୍କୁ ଆକ୍ରମଣ କରୁଥିବା ଦେଶ ଭାରତୀୟ ଟଙ୍କାରେ ଚାଲିବା ଉଚିତ୍‌ ନୁହେଁ। ତେଣୁ ଚାଇନା ସାମଗ୍ରୀ ଉପରେ ପ୍ରତିବନ୍ଧକ ଲଗାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri