ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲାରେ ଚାଇନା ସାମଗ୍ରୀ ବିକ୍ରି ଓ ବ୍ୟବହାରଠାରୁ ଦୂରେଇ ରହିବା ପାଇଁ ଆହ୍ବାନ ଦିଆଯାଇଛି। ଜିଲା ସାମାଜିକ ସଂଗଠନ ପକ୍ଷରୁ ଏହି ଆହ୍ବାନ ଦିଆଯାଇ ଗୁରୁବାର ସହର ପରିକ୍ରମା କରାଯାଇଛି। ଆଜି ସଂଗଠନର ସଦସ୍ୟମାନେ ସହରର ବନ୍ତ ଛକରୁ ବାହାରି ବଜାର ପରିକ୍ରମା କରିବା ପରେ ଟାଉନ୍‌ ହଲ ଛକଠାରେ ପହଞ୍ଚିଥିଲେ। ସଂଗଠନର ସଦସ୍ୟମାନେ ବଜାର ଭିତରେ ବିଭିନ୍ନ ଦୋକାନକୁ ଯାଇ ଚାଇନା ସାମଗ୍ରୀ ବିକ୍ରି ନ କରିବା ସହ ସ୍ବଦେଶୀ ସାମଗ୍ରୀ ବିକ୍ରି କରିବା ପାଇଁ ଅନୁରୋଧ କରିଥିଲେ। ଚାଇନା କେଉଁ ଭଳି ଆମକୁ ଶୋଷଣ କରୁଛି ଓ କରୋନା ଜୀବାଣୁକୁ ସମଗ୍ର ପୃଥିବୀରେ ପ୍ରସାର କରାଇ ବାଣିଜ୍ୟକୁ କରାଗତ ଲାଗି ଉଦ୍ୟମ କରୁଥିବା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ। ପରେ ସଂଗଠନ ପକ୍ଷରୁ ଟାଉନ ହଲ୍‌ଠାରେ ଶହୀଦ ଭାରତୀୟ ଯବାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri