ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ

ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ଭଞ୍ଜନଗର-ଫୁଲବାଣୀ ମୁୁଖ୍ୟରାସ୍ତା ସକାଳୁ ବନ୍ଦ ରହିଛି। ତେଣୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିମୋଟର ଅଟକି ରହିଛି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ୭ ତାରିଖରେ ମୁଜାଗଡ଼ ପଞ୍ଚାୟତର ବିଭିନ୍ନ କାଗଜପତ୍ର ବ୍ଲକ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ପଞ୍ଚାୟତରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ଓ ଗହମ ହେରଫେର ହୋଇଥିବା ଜଣାପଡ଼ିଥିଲା। ଏନେଇ ବିଡିଓ ସରପଞ୍ଚ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକଙ୍କ ନାମରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୯୯/୨୦ରେ ଏକ ମାମଲା ରୁଜୁକରି ୮ ତାରିଖ ଅପରାହ୍ନରେ ସରପଞ୍ଚଙ୍କୁ ଗିରଫ କରିଥିଲା। ଏହାର ପ୍ରତିବାଦରେ ଭାଜପା ପକ୍ଷରୁ ୧୧ ତାରିଖରେ ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ସରପଞ୍ଚଙ୍କୁ ଜାଣିଶୁଣି ଫସାଯାଇଛି। ଏହି ମାମଲାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକ ଜଡ଼ିତ ଅଛନ୍ତି । ତେଣୁ ସରପଞ୍ଚଙ୍କ ବିରୋଧରେ ହୋଇଥିବା ମାମଲା ତୁରନ୍ତ ପ୍ରତ୍ୟାହାର କରାଯାଉ, ନଚେତ ଭାଜପା ରାଜରାସ୍ତାକୁ ଓହ୍ଲାଇବ ବୋଲି ଦାବିପତ୍ରରେ ଉପଜିଲାପାଳଙ୍କୁ ସୂଚାଇ ଦିଆଯାଇଥିଲା। ଗତ ୧୨ ତାରିଖରେ ମୁଜାଗଡ଼ ଗ୍ରାମବାସୀ ସରପଞ୍ଚଙ୍କ ନାମରେ ଆଉ ଏକ ଅଭିଯୋଗ ଆଣିଥିଲେ। ଉକ୍ତ ଅଭିଯୋଗ ହେଲା, ଶିବ ଶଙ୍କର ସରପଞ୍ଚ ହେବା ଦିନଠାରୁ ପଞ୍ଚାୟତରେ ଅନେକ ଦୁର୍ନୀତି କରିଛନ୍ତି। ଏହାର ପ୍ରତିବାଦରେ ଗ୍ରାମବାସୀ ଶନିବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାକୁ ସମର୍ଥନ ଜଣାଇ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ ପ୍ରମୁଖ ମୁଜାଗଡ଼ଠାରେ ଉପସ୍ଥିତ ଅଛନ୍ତି। ଗିରଫ ସରପଞ୍ଚ ବର୍ତ୍ତମାନ ଭଞ୍ଜନଗର ଜେଲରେ ବିଚାରାଧୀନ ବନ୍ଦୀ ଭାବେ ଅଛନ୍ତି। ଅପରପକ୍ଷେ ଏତଲାରେ ଥିବା ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri