ଚାଉଳ, ଭତ୍ତା ପାଇଁ ପାହାଡ଼ ଚଢି ଯାଉଛନ୍ତି ଗ୍ରାମବାସୀ

ଫିରିଙ୍ଗିଆ,୨୫ା୮-ଫିରିଙ୍ଗିଆ ବ୍ଲକ ଭୁଙ୍ଗିଯୋଡି ପଞ୍ଚାୟତ ଗାଜୁରିଘାଟି ଓ ମହଲିଙ୍ଗିଆ ଗ୍ରାମକୁ ରାସ୍ତା ନାହିଁ। ପଞ୍ଚାୟତ ସଦର ମହକୁମା ଠାରୁ ଏହି ୨ଗ୍ରାମ ପ୍ରାୟ ୬ କିମି ଦୂର। ଫଳରେ ପାହାଡ ଉପର ଦେଇ ପାଦ ଚଲାବାଟରେ ଲୋକେ ଯିବା ଆସିବା କରନ୍ତି। ଉକ୍ତ ଦୁଇ ଗ୍ରାମରେ ପ୍ରାୟ ୨୫ ପରିବାରର ୧୦୦ରୁ ଉର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି। ବିଭିନ୍ନ କାମରେ ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିବାକୁ ହେଲେ ୬ କିମି ପାହାଡି ରାସ୍ତାରେ ଚାଲିକି ଯିବାକୁ ପଡେ। ଏପରିକି ଚାଉଳ ଓ ଭତ୍ତା ଆଣିବାକୁ ବୃଦ୍ଧ, ବୃଦ୍ଧାଙ୍କୁ ଚାଲି ଯିବାକୁ ପଡୁଛି। ଆମ୍ବୁଲାନ୍ସ ଆସିପାରୁନଥିବାରୁ ରୋଗୀ ଓ ପ୍ରସୂତିଙ୍କୁ ଖଟିଆରେ ଫିରିଙ୍ଗିଆ ଡାକ୍ତରଖାନାକୁ ନିଅନ୍ତି। ଏହି ଗ୍ରାମର ଅନ୍ୟ ଏକ ସମସ୍ୟା ହେଉଛି ପାନୀୟ ଜଳ। ଗ୍ରାମରେ ଗୋଟିଏ ନଳକୂପ ରହିଛି। ସେଥିରୁ ପୁଣି ମଇଳା ପାଣି ବାହାରୁଛି। ଫଳରେ ଗ୍ରାମ ନିକଟରେ ଯାଇଥିବା ଏକ ନାଳରୁ ଚୁଆ କରି ପାଣି ଆଣି ବ୍ୟବହାର କରୁଛନ୍ତି। ସମସ୍ୟା ନେଇ ଗ୍ରାମବାସୀ ବହୁବାର ସରପଞ୍ଚ ଓ ବିଡିଓଙ୍କୁ ଅଭିଯୋଗ କରିଛନ୍ତି। ଏପରିକି ବିଭିନ୍ନ ନିର୍ବାଚନବେଳେ ନେତାମାନେ ଗ୍ରାମକୁ ଭୋଟ ମାଗିବାକୁ ଆସିବାବେଳେ ସମାଧାନ ପ୍ରତିଶୃତି ମଧ୍ୟ ଦେଇଛନ୍ତି। ମାତ୍ର ପରେ ଆଉ କାହାର ଦେଖା ମିଳେ ନାହିଁ ବୋଲି ଗ୍ରାମର ନିବେ କହଁର, ଆଦେଶ କହଁର, ବୁଲୁ କହଁର, ନୀଳାମ୍ବର କହଁର ପ୍ରମୁଖ ଅଭିଯୋଗ କରିଛନ୍ତି। ଏନେଇ ବିଡିଓ ପ୍ରବୀଣ କୁମାର ବାଣୁଆଙ୍କ ସହ ଯୋଗାଯୋଗ କରିବାରେ ସେ ଏହାର ଅନୁଧ୍ୟାନ କରି ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri