ଚାଉଳ, ଭତ୍ତା ପାଇଁ ପାହାଡ଼ ଚଢି ଯାଉଛନ୍ତି ଗ୍ରାମବାସୀ

ଫିରିଙ୍ଗିଆ,୨୫ା୮-ଫିରିଙ୍ଗିଆ ବ୍ଲକ ଭୁଙ୍ଗିଯୋଡି ପଞ୍ଚାୟତ ଗାଜୁରିଘାଟି ଓ ମହଲିଙ୍ଗିଆ ଗ୍ରାମକୁ ରାସ୍ତା ନାହିଁ। ପଞ୍ଚାୟତ ସଦର ମହକୁମା ଠାରୁ ଏହି ୨ଗ୍ରାମ ପ୍ରାୟ ୬ କିମି ଦୂର। ଫଳରେ ପାହାଡ ଉପର ଦେଇ ପାଦ ଚଲାବାଟରେ ଲୋକେ ଯିବା ଆସିବା କରନ୍ତି। ଉକ୍ତ ଦୁଇ ଗ୍ରାମରେ ପ୍ରାୟ ୨୫ ପରିବାରର ୧୦୦ରୁ ଉର୍ଦ୍ଧ୍ୱ ଲୋକ ବାସ କରୁଛନ୍ତି। ବିଭିନ୍ନ କାମରେ ଗ୍ରାମବାସୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିବାକୁ ହେଲେ ୬ କିମି ପାହାଡି ରାସ୍ତାରେ ଚାଲିକି ଯିବାକୁ ପଡେ। ଏପରିକି ଚାଉଳ ଓ ଭତ୍ତା ଆଣିବାକୁ ବୃଦ୍ଧ, ବୃଦ୍ଧାଙ୍କୁ ଚାଲି ଯିବାକୁ ପଡୁଛି। ଆମ୍ବୁଲାନ୍ସ ଆସିପାରୁନଥିବାରୁ ରୋଗୀ ଓ ପ୍ରସୂତିଙ୍କୁ ଖଟିଆରେ ଫିରିଙ୍ଗିଆ ଡାକ୍ତରଖାନାକୁ ନିଅନ୍ତି। ଏହି ଗ୍ରାମର ଅନ୍ୟ ଏକ ସମସ୍ୟା ହେଉଛି ପାନୀୟ ଜଳ। ଗ୍ରାମରେ ଗୋଟିଏ ନଳକୂପ ରହିଛି। ସେଥିରୁ ପୁଣି ମଇଳା ପାଣି ବାହାରୁଛି। ଫଳରେ ଗ୍ରାମ ନିକଟରେ ଯାଇଥିବା ଏକ ନାଳରୁ ଚୁଆ କରି ପାଣି ଆଣି ବ୍ୟବହାର କରୁଛନ୍ତି। ସମସ୍ୟା ନେଇ ଗ୍ରାମବାସୀ ବହୁବାର ସରପଞ୍ଚ ଓ ବିଡିଓଙ୍କୁ ଅଭିଯୋଗ କରିଛନ୍ତି। ଏପରିକି ବିଭିନ୍ନ ନିର୍ବାଚନବେଳେ ନେତାମାନେ ଗ୍ରାମକୁ ଭୋଟ ମାଗିବାକୁ ଆସିବାବେଳେ ସମାଧାନ ପ୍ରତିଶୃତି ମଧ୍ୟ ଦେଇଛନ୍ତି। ମାତ୍ର ପରେ ଆଉ କାହାର ଦେଖା ମିଳେ ନାହିଁ ବୋଲି ଗ୍ରାମର ନିବେ କହଁର, ଆଦେଶ କହଁର, ବୁଲୁ କହଁର, ନୀଳାମ୍ବର କହଁର ପ୍ରମୁଖ ଅଭିଯୋଗ କରିଛନ୍ତି। ଏନେଇ ବିଡିଓ ପ୍ରବୀଣ କୁମାର ବାଣୁଆଙ୍କ ସହ ଯୋଗାଯୋଗ କରିବାରେ ସେ ଏହାର ଅନୁଧ୍ୟାନ କରି ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri