Posted inଭଦ୍ରକ

ଚାକିରି କରାଇଦେବାକୁ କହି ଲକ୍ଷେ ଲାଞ୍ଚ: ଜିଲା ପ୍ରାଣୀ ଚିକିତ୍ସାଳୟ କିରାଣି ଗିରଫ

ଭଦ୍ରକ ଅଫିସ, ୨।୧୧ – ଚାକିରି କରାଇଦେବା ନଁାରେ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ହରଡ଼ଘଣାରେ ପଡ଼ିଛନ୍ତି ଭଦ୍ରକ ଜିଲା ପ୍ରାଣୀ ଚିକିତ୍ସାଳୟର କିରାଣି ବିଜୟ କୁମାର ଧଳ। ଅଭିଯୋଗକାରୀ ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ ନିକଟରେ ଅଭିଯୋଗ କରିବା ପରେ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ପ୍ରାଣୀ ଚିକିତ୍ସା ବିଭାଗ ତତ୍ପର ହୋଇଉଠିଛି। ଭାରପ୍ରାପ୍ତ ଜିଲା ପ୍ରାଣୀ ଚିକିତ୍ସାଧିକାରୀ ଗଗନ ଚନ୍ଦ୍ର ପଣ୍ଡା ଏ ନେଇ ଟାଉନ ଥାନାରେ କିରାଣି ବିଜୟଙ୍କ ନଁାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା(ନଂ.୩୨୨/୧୯) ରୁଜୁ କରି ବିଜୟଙ୍କୁ ଗୁରୁବାର ରାତିରେ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।
ଉଲ୍ଲେଖନୀୟ ଯେ, ଅଭିଯୋଗକାରୀ ଚାନ୍ଦବାଲି ଅଞ୍ଚଳର ହୃଷୀକେଶ ପଢିଆରୀ ଗୋମିତ୍ର ଭାବେ କାର୍ଯ୍ୟ କରନ୍ତି। ସେ ଆଟେଣ୍ଡାଣ୍ଟ ଭାବେ ନିଯୁକ୍ତି ପାଇବା ପାଇଁ ଗତ ଫେବୃୟାରୀ ୨୨ରେ ଇଣ୍ଟରଭ୍ୟୁ ଦେଇଥିଲେ। ଉକ୍ତ ପଦବୀରେ ନିଯୁକ୍ତି କରାଇଦେବାକୁ କହି କିରାଣି ବିଜୟ ତାଙ୍କଠାରୁ ୧ ଲକ୍ଷ ଟଙ୍କା ଦାବି କରିଥିଲେ। ସେ ତାଙ୍କ ପତ୍ନୀଙ୍କ ଆକାଉଣ୍ଟ ମାଧ୍ୟମରେ ଟଙ୍କା ଜମା କରିବା ପାଇଁ ହୃଷୀକେଶଙ୍କୁ କହିଥିଲେ। ହୃଷୀକେଶ ନିଜେ ବିଜୟ କହିବା ମୁତାବକ ଟଙ୍କା ଜମା କରିଥିଲେ। କିନ୍ତୁ ପରବର୍ତ୍ତୀ ମୂହୁର୍ତ୍ତରେ ହୃଷୀକେଶ ଉକ୍ତ ପଦବୀରେ ନିଯୁକ୍ତ ହୋଇ ନ ପାରିବାରୁ ବିଜୟଙ୍କୁ ଦେଇଥିବା ଟଙ୍କା ମାଗିଥିଲେ। ବିଜୟ ଉକ୍ତ ଟଙ୍କା ମଧ୍ୟରୁ ୭୮ ହଜାର ଟଙ୍କା ପର୍ଯ୍ୟାୟକ୍ରମେ ଫେରାଇଥିଲେ। ଅବଶିଷ୍ଟ ୨୨ ହଜାର ଟଙ୍କା ନ ଫେରାଇବାରୁ ହୃଷୀକେଶ ୫-ଟି ସଚିବ ଓ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ସହ ଥାନାରେ ଏତଲା ଦାଏର କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଭଦ୍ରକ ତହସିଲଦାର ପ୍ରଦୀପ ସାହୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏକ ଟିମ୍‌ ଘଟଣାର ତଦନ୍ତ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri