ଚାକିରି କରାଇ ଦେବା ନାଁରେ ୮ଲକ୍ଷ ଠକେଇ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଇଓସିଏଲ୍‌ କମ୍ପାନୀରେ ଚାକିରି କରାଇ ଦେବାକୁ କହି ୮ଲକ୍ଷ ଟଙ୍କା ଠକେଇ ହୋଇଥିବା ଖଣ୍ଡଗିରି ଥାନାରେ ରବିବାର ରାତିରେ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଛନ୍ତି ଏହି ଥାନା ଅଧୀନ ଜଗମୋହନ ନଗରରେ ରହୁଥିବା ସାଗର ପାଢ଼ି। ଏ ନେଇ ପୋଲିସ ତଦନ୍ତ ଆରମ୍ଭ କରିଦେଇଛି। ମିଳିଥିବା ସୂଚନା ଅନୁଯାୟୀ, ନୟାଗଡର ଜଣେ ଦଲାଲ ରାଜଧାନୀରେ ରହୁଥିବାବେଳେ ସେ ବେକାର ଯୁବକ ଯୁବତୀଙ୍କୁ ଆଇଓସିଏଲରେ ଚାକିରି କରାଇ ଦେବାକୁ ପ୍ରତିଶ୍ରୁତି ଦେଉଥିଲା। ଏପରିକି ଟଙ୍କା ନେବା ପରେ ଯୁବତୀ ଯୁବକଙ୍କୁ ଆଇଓସିଏଲର ଜାଲ୍‌ ଚିଠି ଦେଉଥିଲା। ଅଭିଯୋଗକାରୀ ସାଗର ନୟାଗଡ଼ରୁ ଆସି ଭୁବନେଶ୍ୱରରେ ରହି ଚାକିରି ଖୋଜୁଥିବାବେଳେ ଅଭିଯୁକ୍ତ ସହ ତାଙ୍କର ଭେଟ ହୋଇଥିଲା। ଅଭିଯୁକ୍ତ ଜଣଙ୍କ ତାଙ୍କୁ ଆଇଓସିଏଲରେ ପିଅନ ଚାକିରି କରାଇଦେବାକୁ ପ୍ରତିଶ୍ରୁତି ଦେଇଥିଲା। ଏ ବାବଦରେ ୮ଲକ୍ଷ ଟଙ୍କା ମାଗିଥିଲା। ସାଗର ୨୦୧୮ ମସିହାରେ ୮ଲକ୍ଷ ଟଙ୍କା ଦେଇଥିଲେ। ଟଙ୍କା ନେବା ପରେ ଅଭିଯୁକ୍ତ ଜଣଙ୍କ ଚାକିରିରେ ଯୋଗ ଦେବା ପାଇଁ ଏକ ସମୟ ଦେଇଥିଲା। ହେଲେ ଦିନ ପରେ ଦିନ ଗଡାଇ ଚାଲିବାରୁ ସାଗରଙ୍କ ସନ୍ଦେହ ହୋଇଥିଲା। ପରେ ଅଭିଯୁକ୍ତଙ୍କୁ ଟଙ୍କା ମାଗିବାରୁ ମଧ୍ୟ ସେ ଧରାଛୁଆଁ ଦେଇ ନ ଥିଲେ। ଶେଷରେ ସାଗର ନିରାଶ ହୋଇ ଥାନାର ଦ୍ୱାରସ୍ଥ ହୋଇଥିଲେ। ଦଲାଲ ଜଣଙ୍କ କେବଳ ସାଗର ନୁହନ୍ତି ଅନୁଗୋଳ, ତାଳଚେର, ସୁନ୍ଦରଗଡ଼ ଆଦି ଅଞ୍ଚଳର ଏକାଧିକ ପିଲାଙ୍କ ଠାରୁ ଚାକିରି କରାଇ ଦେବାକୁ ଟଙ୍କା ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri