ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଏକ ଘରୋଇ ସଂସ୍ଥାରେ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ସେ ହେଲେ କେନ୍ଦ୍ରାପଡା ଜିଲା ନରିଲୋ ଗ୍ରାମର ପ୍ରଶାନ୍ତ କୁମାର ନାୟକ(୫୧)। ତାଙ୍କ ନିକଟରୁ ଏକାଧିକ ଜାଲ୍‌ କାଗଜପତ୍ର ମିଳିଛି। ପୋଲିସ କେସ୍‌ ନଂ.୪୭୪/୧୯, ଦଫା ୪୨୯,୨୨୦,୪୬୭, ଓ ୪୭୧ ଲଗାଇ ପ୍ରଶାନ୍ତଙ୍କୁ କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଉକ୍ତ ସଂସ୍ଥା କଳିଙ୍ଗ ଷ୍ଟାଡିୟମର ବିଭିନ୍ନ କାର୍ଯ୍ୟ କରୁଥିଲା। ପ୍ରଶାନ୍ତ ଏଥିରେ ସୁପରଭାଇଜର ଭାବେ କାମ କରନ୍ତି। ପ୍ରଶାନ୍ତଙ୍କ ଗଁା ନିକଟରେ ଚିତ୍ତରଞ୍ଜନଙ୍କ ଘର ହୋଇଥିବାରୁ ଉଭୟ ପୂର୍ବରୁ ପରିଚିତ ଥିଲେ। ତେଣୁ ଚିତ୍ତରଞ୍ଜନ ନିଜ ଭାଇକୁ ଚାକିରି କରାଇ ଦେବା ପାଇଁ ପ୍ରଶାନ୍ତଙ୍କୁ କହିଥିଲେ। ପ୍ରଶାନ୍ତ ତାଙ୍କୁ ଉକ୍ତ ସଂସ୍ଥାରେ ଚାକିରି ପ୍ରତିଶ୍ରୁତି ଦେବା ସହ ୩ଲକ୍ଷ ଟଙ୍କା ଦେବାକୁ ପଡିବ ବୋଲି କହିଥିଲେ। ପରେ ଚିତ୍ତରଞ୍ଜନ ଗତ ଜୁଲାଇ ମାସରୁ ଅଗଷ୍ଟ ମଧ୍ୟରେ ୩ କିସ୍ତିରେ ୨ଲକ୍ଷ ୮୮ହଜାର ଟଙ୍କା ପ୍ରଶାନ୍ତଙ୍କୁ ଦେଇଥିଲେ। ବିଶ୍ୱାସ ଜନ୍ମାଇବା ପାଇଁ ପ୍ରଶାନ୍ତ ଜାଲ ନିୟୁକ୍ତପତ୍ର ଦେବା ସହ ଅନ୍ୟ ପ୍ରମାଣପତ୍ର ଜାଲ କରି ଦେଇଥିଲେ। କେବଳ ଚିତ୍ତରଞ୍ଜନ ନୁହନ୍ତି, ଏଭଳି ୫ଜଣ ପିଲାଙ୍କୁ ଚାକିରି କରାଇ ଦେବାକୁ କହି ଟଙ୍କା ଠକିନେଇ ସମୟ ଗଡ଼ାଇ ଚାଲିଥିଲେ। ଶେଷରେ କଳିଙ୍ଗ ଷ୍ଟାଡିୟମରୁ ଉକ୍ତ ସଂସ୍ଥା ଉଠିଯିବା ପରେ ପ୍ରଶାନ୍ତ ଆଉ ଧରାଛୁଅଁା ଦେଇନଥିଲେ। ଏନେଇ ଚିତ୍ତରଞ୍ଜନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ରବିବାର ସକାଳେ ନୟାପଲୀରୁ ପ୍ରଶାନ୍ତକୁ ଗିରଫ କରିଛନ୍ତି। ତାଙ୍କ ବିରୋଧରେ ଠକେଇ ଅଭିଯୋଗ ତାଲିକା ବଢିଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?