ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲକ୍ଷ୍ମୀକାନ୍ତ ମେହେର। ଘର କଳାହାଣ୍ଡି ଜିଲା ଜୁନାଗଡ ଥାନା ଚିଚେଇଗୁଡା। ତାଙ୍କ ନାମରେ ଭବନୀପାଟଣା, ଜୁନାଗଡ, ସୁନ୍ଦରଗଡ ଥାନାରେ ମାମଲା ରହିଥିବା ଟାଉନ ଥାନାଧିକାରୀ ତିରୁପତି ଚୌଧୁରୀ ସୂଚନା ଦେଇଛନ୍ତିି।
ସୂଚନାଯୋଗ୍ୟ, ଟିକାବାଲି ଥାନା ଲାଇନପଡା ସୁନାପଙ୍ଗା ଗ୍ରାମର ଲିପୁନ ଦିଗାଲ ଏକ କାନ୍ଥରେ ଚାକିରି ସମ୍ପର୍କିତ ବିଜ୍ଞାପନ ମରାଯାଇଥିବା ଦେଖି ସେଥିରେ ଲେଖା ଥିବା ଫୋନ ନମ୍ବରରେ ଯୋଗାଯୋଗ କରିଥିଲେ। ସମ୍ପୃକ୍ତ ବ୍ୟକ୍ତି ଜଣକ ନୟାଗଡରେ ଚାକିରି କରୁଛନ୍ତି। ସିକ୍ୟୁରିଟି ଗାର୍ଡ ପାଇଁ ପିଲା ଦରକାର ବୋଲି କହିଥିଲେ। ଏହା ପରେ ଲିପୁନଙ୍କଠାରୁ ପ୍ରାୟ ୧ ଲକ୍ଷ ଟଙ୍କା ନେଇଥିଲେ। ଏହା ପରେ ସିକ୍ୟୁରିଟି ଗାର୍ଡ ପରିଚୟ ପତ୍ର ପ୍ରଦାନ କରିଥିଲେ। କେବେ ଚାକିରିରେ ଯୋଗଦେବୁ କହିବାରୁ ସେ ବାରମ୍ବାର ଦିନ ଗଡାଇ ଚାଲିଥିଲେ। ପରେ ମତେ କେହି ଟଙ୍କା ଦେଇନ ବୋଲି କହିଥିଲେ। ଏପରିକି ଲିପୁନ ଚାକିରି ପ୍ରଲୋଭନରେ ପଡି ଅନ୍ୟ ପିଲାମାନଙ୍କଠାରୁ ମଧ୍ୟ ଟଙ୍କା ଆଦାୟ କରି ସମ୍ପୃକ୍ତ ଯୁବକଙ୍କୁ ଦେଇଥିଲେ। ଶେଷରେ ଠକାମିର ଶିକାର ହୋଇଥିବା ଜାଣି ଲିପୁନ ଏସ୍‌ପିଙ୍କ ପାଖରେ ଲିଖିତ ଅଭିଯୋଗ କରିଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରିବା ପରେ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri