ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି କି? ଏସବୁ ଦିଗ ପ୍ରତି ଧ୍ୟାନ ଦେଲେ ହୋଇଯିବେ ଉତ୍ତୀର୍ଣ୍ଣ

ଅନେକଙ୍କ ପାଖରେ ଟ୍ୟାଲେଣ୍ଟ ଥାଇ ସୁଦ୍ଧା ବେଳେବେଳେ କେତେକ ସ୍ଥାନରେ ଫେଲ୍‌ ହୋଇଥାନ୍ତି। ବିଶେଷକରି ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଯାଉଥିଲେ ମନରେ ଭୟ ରହିଥାଏ। ଏହାକୁୁ ସାମ୍ନା କରିବା ପାଇଁ କେତେକ ଦିଗ ପ୍ରତି ଧ୍ୟାନ ଦେଲେ ସହଜରେ ହୋଇଯିବେ ଉତ୍ତୀର୍ଣ୍ଣ।

ଆସନ୍ତୁ ଜାଣିବା କିଛି ଟିପ୍ସ :

ଇଣ୍ଟରଭ୍ୟୁରେ ସଫଳ ହେବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ସିଭି। ସିଭି ଭଲ ଭାବେ ତିଆରି ହୋଇଥିବା ଦରକାର।  ଏଥିପାଇଁ ସିଭିରେ ନିଜର ସମସ୍ତ ତଥ୍ୟ ଠିକ୍‌ ଭାବେ ଉଲ୍ଲେଖ କରନ୍ତୁ। ଏଥିସହ ସିଭିରେ ଯାହା ଲେଖିଛନ୍ତି ତାହା ସତ ହୋଇଥିବା ଆବଶ୍ୟକ।

– କୌଣସି ଅଫିସରେ ଯେଉଁ ବିଭାଗ ପାଇଁ  ଇଣ୍ଟରଭ୍ୟୁ ଦେବାକୁ ଯାଉଛନ୍ତି ସେ ସମ୍ପର୍କିତ ପ୍ରଶ୍ନର ଉତ୍ତର ସ୍ପଷ୍ଟ ଭାବେ ଦେବା ଉଚିତ। ଏଥିସହିତ ନିଜ ଭିତରେ ଆତ୍ମବିଶ୍ୱାସ ରହିବା ଦରକାର। ଇଣ୍ଟରଭ୍ୟୁ ସମୟରେ Star ହେବାକୁ ପଡ଼ିବ। Star ଅର୍ଥ (Situation, Task, Action and Result)।

Situation : ଆପଣ ପରିସ୍ଥିତିକୁ ଭଲ ଭାବେ ଅନୁଧ୍ୟାନ କରନ୍ତୁ।

Task : ଯାହା ଟାସ୍କ ଦିଆଯାଇଥିବ ତାହା ନିର୍ଭୁଲ ଭାବେ କରିବା ପାଇଁ ଚେଷ୍ଟା କରନ୍ତୁ।

Action : ଆପଣ ମଧ୍ୟ ଇଣ୍ଟରଭ୍ୟୁ ନେଉଥିବା ବ୍ୟକ୍ତିଙ୍କୁ କିଛି ପ୍ରଶ୍ନ ଖୋଲାଖୋଲି ପଚାରନ୍ତୁ। ମନେରଖନ୍ତୁ ଛୁଟି ଏବଂ ଦରମା କଥା ଆଦୌ ପଚାରିବେ ନାହିଁ।

Result : କିଛିଦିନ ଧୈର୍ଯ୍ୟର ସହ ଫଳାଫଳକୁ ଅପେକ୍ଷା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri