ଫୁଲବାଣୀ ଅଫିସ, ୪ା୯-ଦୀର୍ଘ ବର୍ଷଧରି ସରକାରୀ ଚାକିରିରେ ନିଯୁକ୍ତି ନିମନ୍ତେ ବୟସ ସୀମା ୩୨ବର୍ଷ ରହିଛି। ଏହାକୁ ୪୪ ବର୍ଷକୁ ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଦାବି କରାଯାଇଛି। ରାଜ୍ୟରେ ବେକାରୀ, ବେରୋଜଗାରୀ ବଢ଼ିଚାଲିଛି। ଅନ୍ୟପକ୍ଷରେ ଖାଲି ପଡ଼ିଥିବା ପଦବୀ ପୂରଣ ଓ ନୂତନ ପଦବୀ ସୃଷ୍ଟି କରାଯାଉନାହିଁ। ଅନେକ ଯୁବତୀଯୁବକ ୩୨ବର୍ଷ ଅତିକ୍ରାନ୍ତ କରିସାରିଲେଣି। ବିଜେଡି ଓ ଭାଜପା ଶାସନରେ ବୟସ ସୀମା ବୃଦ୍ଧି ନେଇ ବିଭିନ୍ନ ସ୍ତରରୁ ବାରମ୍ବାର ଦାବି ହୋଇ ଆସୁଛି। ଏ ନେଇ ବିଧାନସଭାରେ ବହୁବାର ଆଲୋଚନା ହୋଇଛି। ପ୍ରାକ୍ତନ ଅର୍ଥମନ୍ତ୍ରୀ ଶଶୀ ଭୂଷଣ ବେହେରା ଏବଂ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବୟସ ବୃଦ୍ଧି କରିବାକୁ ସରକାର ବିଚାର କରୁଛନ୍ତି ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ନିକଟରେ ବିଧାନସଭାରେ ଶୂନ୍ୟକାଳରେ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକ ଏବଂ ତାରା ପ୍ରସାଦ ବାହିନୀପତି ସାଧାରଣବର୍ଗଙ୍କ ପାଇଁ ନିର୍ଦ୍ଧାରିତ ବୟସସୀମା ୩୨ବର୍ଷରୁ ୪୪ବର୍ଷକୁ ବୃଦ୍ଧି ପ୍ରସଙ୍ଗକୁ ଗୃହରେ ଉତ୍ଥାପନ କରିଥିଲେ। ଗୋଆରେ ୪୫, ଆସାମରେ ୪୪, ତେଲେଙ୍ଗାନାରେ ୪୪, ଆନ୍ଧ୍ରରେ ୪୨, ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶରେ ସରକାରୀ ଚାକିରି ନିମନ୍ତେ ୪୦ ବର୍ଷ ବୟସ ସୀମା ରହିଛି ବୋଲି ଗୃହକୁ ଅବଗତ କରିଥିଲେ। ବୟସସୀମା ବୃଦ୍ଧି ଦ୍ୱାରା ଆଦିବାସୀ, ଦଳିତ ଓ ଓବିସି ମଧ୍ୟ ଉପକୃତ ହେବେ। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏହାର ପୁନଃବିଚାର କରି ୪୪ବର୍ଷକୁ ବୟସୀମା ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ଉପ ସଭାପତି ସୁରେଶ ପଟ୍ଟନାୟକ, ବିଶ୍ୱନାଥ ବଗର୍ତୀ, କାଶୀନାଥ ମହାରଣା, ବେଣୁ ପ୍ରଧାନ, ବିନୋଦିନୀ ପଟ୍ଟନାୟକ, ରଘୁନାଥ ଗୌଡ, ରମେଶ ପ୍ରଧାନ, ଗୋବିନ୍ଦ ଚନ୍ଦ୍ର ଘଟାଳ, କପ୍ତାନ ବଗର୍ତ୍ତୀ ପ୍ରମୁଖ ପ୍ରେସ୍ ବିଜ୍ଞପ୍ତିରେ ଦାବି କରଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

