ଚାକିରି ବୟସ ସୀମା ୪୪ ବର୍ଷକୁ ବୃଦ୍ଧି ଦାବି

ଫୁଲବାଣୀ ଅଫିସ, ୪ା୯-ଦୀର୍ଘ ବର୍ଷଧରି ସରକାରୀ ଚାକିରିରେ ନିଯୁକ୍ତି ନିମନ୍ତେ ବୟସ ସୀମା ୩୨ବର୍ଷ ରହିଛି। ଏହାକୁ ୪୪ ବର୍ଷକୁ ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଦାବି କରାଯାଇଛି। ରାଜ୍ୟରେ ବେକାରୀ, ବେରୋଜଗାରୀ ବଢ଼ିଚାଲିଛି। ଅନ୍ୟପକ୍ଷରେ ଖାଲି ପଡ଼ିଥିବା ପଦବୀ ପୂରଣ ଓ ନୂତନ ପଦବୀ ସୃଷ୍ଟି କରାଯାଉନାହିଁ। ଅନେକ ଯୁବତୀଯୁବକ ୩୨ବର୍ଷ ଅତିକ୍ରାନ୍ତ କରିସାରିଲେଣି। ବିଜେଡି ଓ ଭାଜପା ଶାସନରେ ବୟସ ସୀମା ବୃଦ୍ଧି ନେଇ ବିଭିନ୍ନ ସ୍ତରରୁ ବାରମ୍ବାର ଦାବି ହୋଇ ଆସୁଛି। ଏ ନେଇ ବିଧାନସଭାରେ ବହୁବାର ଆଲୋଚନା ହୋଇଛି। ପ୍ରାକ୍ତନ ଅର୍ଥମନ୍ତ୍ରୀ ଶଶୀ ଭୂଷଣ ବେହେରା ଏବଂ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବୟସ ବୃଦ୍ଧି କରିବାକୁ ସରକାର ବିଚାର କରୁଛନ୍ତି ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ନିକଟରେ ବିଧାନସଭାରେ ଶୂନ୍ୟକାଳରେ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକ ଏବଂ ତାରା ପ୍ରସାଦ ବାହିନୀପତି ସାଧାରଣବର୍ଗଙ୍କ ପାଇଁ ନିର୍ଦ୍ଧାରିତ ବୟସସୀମା ୩୨ବର୍ଷରୁ ୪୪ବର୍ଷକୁ ବୃଦ୍ଧି ପ୍ରସଙ୍ଗକୁ ଗୃହରେ ଉତ୍‌ଥାପନ କରିଥିଲେ। ଗୋଆରେ ୪୫, ଆସାମରେ ୪୪, ତେଲେଙ୍ଗାନାରେ ୪୪, ଆନ୍ଧ୍ରରେ ୪୨, ଉତ୍ତରପ୍ରଦେଶ, ରାଜସ୍ଥାନ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶରେ ସରକାରୀ ଚାକିରି ନିମନ୍ତେ ୪୦ ବର୍ଷ ବୟସ ସୀମା ରହିଛି ବୋଲି ଗୃହକୁ ଅବଗତ କରିଥିଲେ। ବୟସସୀମା ବୃଦ୍ଧି ଦ୍ୱାରା ଆଦିବାସୀ, ଦଳିତ ଓ ଓବିସି ମଧ୍ୟ ଉପକୃତ ହେବେ। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏହାର ପୁନଃବିଚାର କରି ୪୪ବର୍ଷକୁ ବୟସୀମା ବୃଦ୍ଧି କରିବାକୁ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସମାଜ ଉପ ସଭାପତି ସୁରେଶ ପଟ୍ଟନାୟକ, ବିଶ୍ୱନାଥ ବଗର୍ତୀ, କାଶୀନାଥ ମହାରଣା, ବେଣୁ ପ୍ରଧାନ, ବିନୋଦିନୀ ପଟ୍ଟନାୟକ, ରଘୁନାଥ ଗୌଡ, ରମେଶ ପ୍ରଧାନ, ଗୋବିନ୍ଦ ଚନ୍ଦ୍ର ଘଟାଳ, କପ୍ତାନ ବଗର୍ତ୍ତୀ ପ୍ରମୁଖ ପ୍ରେସ୍‌ ବିଜ୍ଞପ୍ତିରେ ଦାବି କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri