ଚାକିରି ସ୍ଥାୟୀତ୍ୱ କହି ଆଉଟସୋର୍ସିଂ ସଂସ୍ଥା ଲୁଟିଲା

ଫୁଲବାଣୀ ଅଫିସ, ୧୨ା୫- କରୋନାକୁ ପ୍ରତିହତ କରିବା ଲାଗି ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। କନ୍ଧମାଳ ଜିଲା ମେଡିକାଲରେ କର୍ମଚାରୀ ଅଭାବକୁ ଦୃଷ୍ଟିରେ ରଖି କେବଳ କୋଭିଡ-୧୯ ମୁକାବିଲା ପାଇଁ ଏଏନ୍‌ଏମ୍‌ ଏବଂ ଜିଏନ୍‌ଏମ୍‌ ତାଲିମଧାରୀଙ୍କୁ ଆଉଟ ସୋର୍ସିଂ ସଂସ୍ଥା ପକ୍ଷରୁ ନିଯୁକ୍ତି ଦିଆଯାଇଛି ା ଏହି ଚାକିରି ଏକ ପ୍ରକାର ସମୟ ସାପେକ୍ଷ ହୋଇଥିଲେ ହେଁ, ନିଯୁକ୍ତି ଦେଇଥିବା ସଂସ୍ଥା ଏହା ସ୍ଥାୟୀ ହେବ କହି ଅର୍ଥ ଲୁଟିଛି ା ନିଯୁକ୍ତି ପାଇଁ ଆବେଦନକାରୀଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ପ୍ରତ୍ୟେକଙ୍କଠାରୁ ୧୦ରୁ ୧୫ ହଜାର ଟଙ୍କା ନେଇଛି ା ସଂସ୍ଥାର ଜଣେ କର୍ମଚାରୀ ଏପରି କରିଥିବା କେତେଜଣ ନିଯୁକ୍ତିଧାରୀ କହିଛନ୍ତି। ସେମାନେ ଜିଲାପାଳଙ୍କୁ ଭେଟି ଏ ସମ୍ପର୍କରେ ଜଣାଇଛନ୍ତି। ସଂସ୍ଥାର ନୟାଗଡ଼ର ଜଣେ କ୍ଲିନିକାଲ ସୁପରଭାଇଜର ଏପରି କରିଥିବା ଏବେ ଚର୍ଚ୍ଚାର ପରିସରକୁ ଆସିଛି ା କୋଭିଡ-୧୯କୁ ପ୍ରତିହତ କରିବା ପାଇଁ ଅସ୍ଥାୟୀ ନିଯୁକ୍ତିରେ ଏଭଳି କାରନାମା କରାଯାଇଥିବାରୁ ନିଯୁକ୍ତିଧାରୀଙ୍କ କ୍ଷେତ୍ରରେ ଅସନ୍ତୋଷ ପ୍ରକାଶ ପାଇଛି ା
ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏଏନ୍‌ଏମ୍‌ ଏବଂ ଜିଏନ୍‌ଏମ୍‌ ତାଲିମଧାରୀଙ୍କୁ ସମ୍ପୃକ୍ତ ଆଉଟ ସୋର୍ସିଂସଂସ୍ଥା ନିଯୁକ୍ତି ଦେଇଛି ା ଏହା କିଛି ମାସ ପାଇଁ ହୋଇଥିବା ବେଳେ ଚାକିରି କରିବା ପାଇଁ ଆବେଦନ କରିଥିବା ତାଲିମଧାରୀଙ୍କୁ ସଂସ୍ଥାର ସମ୍ପୃକ୍ତ କ୍ଲିନିକାଲ ସୁପରଭାଇଜର ବିଭିନ୍ନ ପ୍ରଲୋଭନ ଦେଖାଇ ଅର୍ଥ ନେଇଛନ୍ତି। ଆଶାୟୀ ଥିବା କର୍ମଚାରୀ ଚାକିରି ଆଶାରେ ମାନସିକ ଭାବେ ପ୍ରଭାବିତ ହୋଇ ଏହାଦେବାକୁ ଏକ ପ୍ରକାର ବାଧ୍ୟ ହୋଇଥିଲେ। ଏହି ଘଟଣାର ତଦନ୍ତ କରାଯାଇ ସମ୍ପୃକ୍ତ କ୍ଲିନିକାଲ ସୁପର ଭାଇଜରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଯେଉଁଠି ଚାକିରିରେ କର୍ମଚାରୀଙ୍କ ଭବିଷ୍ୟତ ନାହିଁ ଏବଂ କୋଭିଡ-୧୯ ମୁକାବିଲାରେ ନିୟୋଜିତ ହୋଇ ଜୀବନ ମରଣ ସହ ସଂଗ୍ରାମ କରିବେ, ସେଠାରେ ଏଭଳି କରାଯିବା କେତେଦୂର ସମୀଚନ ତାହାକୁ ନେଇ ବୁଦ୍ଧିଜୀବୀମାନେ ପ୍ରଶ୍ନ ଉଠାଇବା ସହ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri