ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ

ଚାନ୍ଦବାଲି,୮ା୧(ଡି.ଏନ୍‌.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଦଳୀୟ ନେତୃବୃନ୍ଦଙ୍କ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ଚାନ୍ଦବାଲି ହାଟପଟିଠାରେ ରାସ୍ତା ଅବରୋଧ କରାଯିବା ସହ ପ୍ର୍‌ତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସରକାରୀ, ବେସରକାରୀ କାର୍ଯ୍ୟାଳୟ, ପେଟ୍ରୋଲ ପମ୍ପ ଓ ବ୍ୟାଙ୍କଗୁଡିକ ବନ୍ଦଥିବାବେଳେ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ଥିଲା। ଦୋକାନ ବଜାର ଆଂଶିକ ଖୋଲା ରହିଥିଲା। ଉପେନ୍ଦ୍ର ରାଉଳ, ମଳୟ ଭୋଇ, ବିକାଶ ନାଥ, ବଳରାମ ମିଶ୍ର, ସଂଜୟ ଓଝା, ନରେନ୍ଦ୍ର ବିଶ୍ୱାଳ, ପ୍ରଭାକର ବିଶ୍ୱାଳ, ଦେବହରି ରାଉଳ, ସୁବାସ ନାୟକ, ଅମରେନ୍ଦ୍ର ମହାନ୍ତି ପ୍ରମୁଖ ବନ୍ଦ ପାଳନର ନେତୃତ୍ୱ ନେଇଥିଲେ। ଅନୁରୂପ ଭାବରେ ଧାମରା, ଦୋସିଙ୍ଗା, କଇଥଖୋଲା, ଘଣ୍ଟେଶ୍ୱର, ମତୋରେ ବନ୍ଦର ପ୍ରଭାବ ପଡିଛି ା ଭଦ୍ରକ-ଧାମରା ମଧ୍ୟରେ ରେଳ ଚଳାଚଳ ବନ୍ଦ ଥିବା ବେଳେ ବନ୍ଦର କମ୍ପାନୀର କାମ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri