ଚାନ୍ଦିନୀ ସହ ୧୦ ଫୁଟ ଦବିଗଲା କୂଅ

ତାଳଚେର,୧୫ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେର ପୌରାଞ୍ଚଳ ୧୩ ନମ୍ବର ୱାର୍ଡର ଗୁରୁବକ୍ସ ସିଂଙ୍କ ଘର ଅଗଣାରେ ଥିବା କୂଅ ମଙ୍ଗଳବାର ରାତିରେ ଚାନ୍ଦିନୀ ସହ ୧୦ ଫୁଟ ଦବି ଯାଇଛି। ଏହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି। ବାରମ୍ବାର ତାଳଚେର ଅଞ୍ଚଳରେ ମାଟି ଦବିବା ପରି ଘଟଣା ଘଟୁଥିବାରୁ ସହରବାସୀଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଦେଉଳବେଡା ଭୂଗର୍ଭ କୋଇଲା ଖଣି ଯୋଗୁ କୂଅ ଦବି ଯାଇଥିବା ଘର ମାଲିକ ଗୁରୁବକ୍ସ ଉପଜିଲାପାଳଙ୍କ ଠାରେ ଅଭିଯୋଗ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି।
ପ୍ରାୟ ୨୦ ବର୍ଷ ତଳେ ଖୋଳାଯାଇଥିବା ଏହି କୂଅ ଗୁରୁବକ୍ସଙ୍କ ଘର ଅଗଣାରେ ଥିଲା। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଏକ ଜୋରଦାର ଶବ୍ଦ ହୋଇଥିଲା। ଗୁରୁବକ୍ସଙ୍କ ପରିବାର ଲୋକେ ଅଗଣାକୁ ଆସିବା ପରେ କୂଅ ପ୍ରାୟ ୧୦ ଫୁଟ ଦବି ଯାଇଥିବା ଦେଖିବାକୁ ପାଇଥିଲେ। ଏହାପରେ ସେଠାରେ ସ୍ଥାନୀୟ ଲୋକଙ୍କ ଭିଡ ଜମିଥିଲା। ଖବରପାଇ ବୁଧବାର ସହକାରୀ ଜିଲାପାଳ ସୁବାସ ଚନ୍ଦ୍ର ପ୍ରଧାନ, ଗୌରୀ ନାଏକ ଘଟଣାସ୍ଥଳ ପରିଦର୍ଶନ କରି ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ। ଏ ସମ୍ପର୍କରେ ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ କହିଛନ୍ତି, କୂଅ ଦବିବା ଘଟଣାର ତଦନ୍ତ ପାଇଁ ତାଳଚେର ଏରିଆ ଜେନେରାଲ ମ୍ୟାନେଜରଙ୍କୁ ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ତାଙ୍କର ଏକ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ଏହା ଏକ ପୁରୁଣା କୂଅ ଓ ନନ୍ଦଗୁଡିକ ମଧ୍ୟରେ ଫାଙ୍କ ଥିବାରୁ ଦବି ଯାଇଛି ବୋଲି ଖଣି କର୍ତ୍ତୃପକ୍ଷ କହିଥିବା ଉପଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri