ଚାନ୍ଦିପୁଟ ପଞ୍ଚାୟତ ବୁରନାଳ; ବିପଦପୂର୍ଣ୍ଣ ପୋଲରେ ହେଉଛି ଯାତାୟାତ

ଚନ୍ଦ୍ରଗିରି,୫ା୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବର୍ତ୍ତମାନ ମଧ୍ୟ ନଦୀ/ନାଳ ଉପରେ ପୋଲଟିଏ ନ ଥିବାରୁ ଲୋକେ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତର ବାଙ୍କିଝୋଳା ଗ୍ରାମରେ। ଗ୍ରାମକୁ ସଂଯୋଗ କରୁଥିବା ବୁରନାଳରେ ଥିବା ଭଙ୍ଗା ପୋଲରେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ସମସ୍ତ ଜନସାଧାରଣ ନୀତିଦିନ ଯିବାଆସିବା କରନ୍ତି। ବହୁ ବର୍ଷ ଧରି ବାଙ୍କିଝୋଳା, ଚଡିଆପଦା, ଜକରାପଲି ଗ୍ରାମ ସମେତ ୪ ପଞ୍ଚାୟତର ଲୋକେ ଦୈନନ୍ଦିନ ବଜାର ଯିବା, ଶିକ୍ଷା, ସ୍ବାସ୍ଥ୍ୟ ଆଦି ଗମନାଗମନ ପାଇଁ ଚାନ୍ଦିପୁଟ ପୋଲ ଉପରେ ନିର୍ଭର କରିଆସୁଛନ୍ତି। ଗତ ଫାଇଲିନ ବାତ୍ୟାରେ ଏହି ପୋଲଟିର ଦୁଇ କୂଳ ଖାଇଯାଇଥିବାରୁ ଏହା ଉପରେ କାଠ ପୋଲ ପକାଇ ଯାତାୟାତ କରୁଥିଲେ ଲୋକେ। କିନ୍ତୁ ତିତ୍‌ଲି ବାତ୍ୟାରେ ପୋଲଟିର ଛାତ ଭାସିଯାଇଥିଲା। ସେହି ଦିନଠାରୁ ଅଞ୍ଚଳବାସୀ ସେହି ଭଙ୍ଗା ପୋଲ ଉପରେ କାଠ ପକାଇ ବିପଦପୂର୍ଣ୍ଣ ଭାବେ ଯତାୟାତ କରୁଛନ୍ତି। ସାମାନ୍ୟ ବର୍ଷା ହେଲେ ନାଳର ଜଳସ୍ତର ବଢ଼ିଗଲେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଉଛିି। ଉକ୍ତ ରାସ୍ତା ଉପରେ ପୁନଃ ପୋଲ ନିର୍ମାଣ ପାଇଁ ବହୁ ଜନପ୍ରତିନିଧିଙ୍କ ସମେତ ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ନେଇ ମୋହନା ବିଡିଓ ବଂଶୀଧର ଖୋସଲାଙ୍କୁ ପଚାରିବାରୁ ୨ ଦିନ ମଧ୍ୟରେ ସହକାରୀ ଯନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇ ପୁନଃ ପୋଲଟି ନିର୍ମାଣ ପାଇଁ କେତେ ଟଙ୍କା ବ୍ୟୟ ହେବ ଅନୁଧ୍ୟାନ କରି ଜିଲାପାଳଙ୍କୁ ଜଣାଇ ନିର୍ମାଣ କରାଯିବ ବୋଲି ପ୍ରତଶ୍ରୁତି ଦେଇଛନ୍ତି।

 

–ଶ୍ରୀହରି ପ୍ରଧାନ


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri