ଚାନ୍ଦିପୁର ବେଳାଭୂମିରେ ସଫେଇ: ଜିଲାପାଳ, ଏସ୍‌ପି ଓ ଛାତ୍ରୀଛାତ୍ର ସାମିଲ

ବାଲେଶ୍ୱର ଅଫିସ, ୨୩।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏକ ମେଗା ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ସମେତ ସ୍ଥାନୀୟ ବିଦ୍ୟାଳୟଗୁଡ଼ିକର ପ୍ରାୟ ୧ହଜାର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ସହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, କ୍ରୀଡ଼ା ଛାତ୍ରାବାସ, ଦୀନଦୟାଲ ଗ୍ରାମୀଣ କୌଶଳ କେନ୍ଦ୍ରର ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ସଙ୍ଗଠନ ବାଲେଶ୍ୱର ସାମାଜିକ ସେବା ସମିତିର ସଦସ୍ୟାସଦସ୍ୟଗଣ କାର୍ଯ୍ୟକ୍ରମରେ ସାମିଲ ହୋଇ ସଫେଇ କରିଥିଲେ।
ଛାତ୍ରୀଛାତ୍ରମାନଙ୍କୁ ସଫେଇ ସକାଶେ ହାତରେ ଗ୍ଲୋଭସ୍‌ ଲଗାଇ ପରିତ୍ୟକ୍ତ ବସ୍ତୁ ଉଠାଇବାକୁ ସଫେଇ ପୂର୍ବରୁ କୁହାଯାଇଥିଲା। କାର୍ଯ୍ୟକ୍ରମରେ ନିୟୋଜିତ ପ୍ରାୟ ୨୦ଜଣ କ୍ରୀଡ଼ା ଶିକ୍ଷକ ୧୦ଟି ଦଳରେ ଛାତ୍ରୀଛାତ୍ରଙ୍କୁ ବିଭକ୍ତ କରି ବେଳାଭୂମିରେ ବୁଲି ଜରି, କାଗଜ, ଶୋଲ, ପ୍ଲାଷ୍ଟିକ ପାଉଚ୍‌ ଖୋଳ, ପଇଡ଼ ଖୋଳ, ଥର୍ମୋକୁଲ, ଛିଣ୍ଡା ମାଛଧରା ଜାଲ, କାଠିକୁଟା ଆଦିକୁ ସଫେଇ କରି ଏକ ସ୍ଥାନରେ ଜମା କରିଥିଲେ। କାର୍ଯ୍ୟରେ ସହଯୋଗ ପାଇଁ ଦୁଇଟି ଟ୍ରାକ୍ଟର ଏବଂ ଗୋଟିଏ ଜେସିବିକୁ କାର୍ଯ୍ୟରେ ଲଗାଯାଇଥିଲା। ଏସବୁ କାର୍ଯ୍ୟକୁ ତଦାରଖ ପାଇଁ ଜିଲାପାଳଙ୍କ ସମେତ ଏସ୍‌ପି ବି. ଯୁଗଳ କିଶୋର, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାଷ ନିଆଲ, ଜିଲା ମଙ୍ଗଳ ଅଧିକାରୀ ରାଜୀବଲୋଚନ ସାହୁ, ଜିଲା କ୍ରୀଡ଼ାଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲା ପର୍ଯ୍ୟଟନ ଅଧିକାରୀ ଗଗନ କୁମାର ସାହୁ, ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକ, ଜିଲା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଅଭିଯାନ ସୁରେନ୍ଦ୍ର ପ୍ରସାଦ ଶଙ୍ଖୁଆଙ୍କ ସମେତ ହୋଟେଲ ଆସୋସିଏଶନ ତରଫରୁ ବିପ୍ଳବ ମହାନ୍ତି, ଉଜ୍ଜ୍ୱଳ ମହାନ୍ତି ପ୍ରମୁଖ ଛାତ୍ରୀଛାତ୍ରଙ୍କୁ ଗାଇଡ଼ କରିଥିଲେ। ସଫେଇରେ ସଂଗୃହୀତ ବର୍ଜ୍ୟବସ୍ତୁକୁ ଗୋଟିଏ ସ୍ଥାନରେ ସଂଗ୍ରହ କରି ପରେ ତାକୁ ନିଆଁରେ ପୋଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri