Posted inଖେଳ

ଚାମ୍ପିୟନ୍ସ ଲିଗ୍‌: ଫାଇନାଲ ଆୟୋଜନ ପାଇଁ ପର୍ତ୍ତୁଗାଲ, ଜର୍ମାନୀ ଆଗ୍ରହୀ

ମ୍ୟୁନିକ୍‌, ୫ା୬ (ଏପି)-ଚାମ୍ପିୟନ୍ସ ଲିଗ୍‌ ଫାଇନାଲ ଆୟୋଜନ ଦୌଡ଼ରେ ରହିଛନ୍ତି ଦୁଇ ପ୍ରତିଦ୍ୱନ୍ଦ୍ୱୀ ଜର୍ମାନୀ ଓ ପର୍ତ୍ତୁଗାଲ। ପ୍ରକୃତରେ ଏହା ଇସ୍ତାନବୁଲ୍‌ରେ କରାଯିବା ଲାଗି ସ୍ଥିର ହୋଇଥିଲା। ମାତ୍ର କୋଭିଡ୍‌-୧୯ ମହାମାରୀଜନିତ କାରଣରୁ ଏହାକୁ ଅନ୍ୟ ଏକ ସ୍ଥାନରେ କରିବା ଲାଗି ବିଚାର ଚାଲିଛି। ଚାମ୍ପିୟନ୍ସ ଲିଗ୍‌ ଫାଇନାଲ ଅଗଷ୍ଟରେ ହେବ। ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା)ର କାର୍ଯ୍ୟନିର୍ବାହୀ କମିଟି ବୈଠକ ଜୁନ୍‌ ୧୭ରେ ହେବ। ଏଥିରେ ନୂଆ ଭେନ୍ୟୁ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଏହା ଯେଉଁ ଦେଶରେ ହେବ ସେଠାରେ କ୍ୱାର୍ଟରଫାଇନାଲ ଓ ସେମିଫାଇନାଲ ମ୍ୟାଚ ମଧ୍ୟ ଅନୁଷ୍ଠିତ ହେବ। କରୋନାଭାଇରସ୍‌ ଯୋଗୁ ଟୁର୍ନାମେଣ୍ଟର ମ୍ୟାଚଗୁଡ଼ିକୁ ମାର୍ଚ୍ଚରେ ସସ୍‌ପେଣ୍ଡ କରାଯାଇଥିଲା। ଖବର ଅନୁସାରେ ଅବଶିଷ୍ଟ ମ୍ୟାଚଗୁଡ଼ିକ ଲାଗି ଉଭୟ ଖେଳାଳି ଓ ଅଫିସିଆଲମାନଙ୍କ ଲାଗି ସୁବିଧା ହେବା ଭଳି ଭେନ୍ୟୁ ବଛାଯିବ। କୋଭିଡ୍‌-୧୯ କଟକଣା ଯୋଗୁ ଦର୍ଶକମାନଙ୍କୁ ଷ୍ଟାଡିୟମ ଭିତରକୁ ଅନୁମତି ରହିବ ନାହିଁ। ପର୍ତ୍ତୁଗାଲ ପ୍ରେସିଡେଣ୍ଟ ମାର୍ସିଲୋ ରେବେଲୋ ଡି’ସୋସା କହିଛନ୍ତି, ଆମ ଦେଶ ପାଇଁ ଏକ ଖୁସିର ବିଷୟ। ଚାମ୍ପିୟନ୍ସ ଲିଗ୍‌ ଫାଇନାଲ ଆୟୋଜନ ଲାଗି ସୁଯୋଗ ମିଳିପାରେ। ଲିସ୍‌ବନରେ ଦୁଇଟି ଷ୍ଟାଡିୟମ ଏଥିପାଇଁ ପ୍ରସ୍ତୁତ ରହିଛି। ଅନ୍ୟପକ୍ଷରେ ଜର୍ମାନୀରେ ଏକ ଖବରକାଗଜ ରିପୋର୍ଟରେ ପ୍ରକାଶ ପାଇଛି ଯେ, ଫାଇନାଲ ଆୟୋଜନ ପାଇଁ ଯଦି ଜର୍ମାନୀକୁ ବଛାଯାଏ ତେବେ ଏଥିପାଇଁ ଫ୍ରାଙ୍କ୍‌ପୋର୍ଟ ହେଉଛି ଉପଯୁକ୍ତ ସ୍ଥାନ। ଚାମ୍ପିୟନ୍ସ ଲିଗ୍‌ ଫାଇନାଲ ପ୍ରକୃତରେ ଗତ ଶନିବାର ଇସ୍ତାନବୁଲ୍‌ର ଆତାତୁର୍କ ଅଲିମ୍ପିକ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥାନ୍ତା। ମାତ୍ର ଏହାକୁ ଅନ୍ୟତ୍ର କରାଯିବା ଲାଗି ଯୋଜନା ଚାଲିଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ସାଧାରଣତଃ ଫାଇନାଲ ଏକ ନ୍ୟୁଟ୍ରାଲ ଭେନ୍ୟୁରେ ଆୟୋଜନ ହୋଇଥାଏ। ମାତ୍ର ମହାମାରୀ ସମୟରେ ପ୍ରତିଯୋଗିତାର ଅବଶିଷ୍ଟ ମ୍ୟାଚ କରିବାକୁ ପଡ଼ୁଥିବାରୁ ଗୋଟିଏ ଦେଶରେ ଏ ସବୁ କରିବା ଲାଗି ୟୁଫା ବିଚାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri