ଚାଲିଚାଲି ଘରକୁ ଫେରୁଛନ୍ତି ଲୋକେ, ରାସ୍ତାପାର୍ଶ୍ୱ ଗଛମୂଳ ପାଲଟିଛି ଆଶ୍ରୟସ୍ଥଳୀ

ଚୌଦ୍ୱାର,୧୦ା୫(ଡି.ଏନ୍‌.ଏ.): କରୋନା ପ୍ରଭାବରେ ପ୍ରଭାବିତ ହୋଇଛନ୍ତି ବିଭିନ୍ନ ରାଜ୍ୟରୁ ଆସୁଥିବା ଦିନ ମଜୁରିଆ ଏବଂ ତାଙ୍କ ପରିବାର। ସାରା ରାଜ୍ୟରେ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଜୀବିକା ହରାଇଛନ୍ତି ଲୋକେ। ଗାଡ଼ିମୋଟର ଚାଲୁ ନ ଥିବାରୁ ଗ୍ରାମ ଅଭିମୁଖେ ପାଦରେ ଚାଲି ଚାଲି ଫେରିବା ଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ଚୌଦ୍ୱାର ୧୬ନଂ, ୫୫ନଂ ଓ ୫ନଂ ଜାତୀୟ ରାଜପଥର ସଂଯୋଗସ୍ଥଳ ମଙ୍ଗୁଳି ଛକ ପୁରୁଣା ପଟାପୋଲ ନିକଟରେ। ଆଜକୁ ୬ ଦିନ ହେବ ପିଲାଛୁଆ ଓ ନିଜର ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ର ଧରି ସୁଦୂର ବାଲେଶ୍ୱରରୁ ବାହାରିଛନ୍ତି ଛତିଶଗଡ଼ ଅଭିମୁଖେ ୫ ପରିବାରର ୧୯ ସଦସ୍ୟ। ଅପରପକ୍ଷରେ ରାଜ୍ୟ ବାହାର ବିଶାଖାପାଟଣା ଅଞ୍ଚଳରୁ ୧୧ଜଣ ଛତିଶଗଡ଼ ଅଭିମୁଖେ ୮ ଦିନ ହେବ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି। ଏ ସଂକ୍ରାନ୍ତରେ ସେମାନଙ୍କୁ ପଚାରିବାରୁ ନାମ ପଞ୍ଜୀକରଣ କରିଥିଲେ ସୁଦ୍ଧା ଯିବା ପାଇଁ କୌଣସି ସୁବିଧା ନ ମିଳିବାରୁ ଚାଲି ଚାଲି ଯାଉଥିବା କହିଛନ୍ତି। ଆମ ପାଇଁ ଗଛମୁଳ,ରାସ୍ତାକଡ, ନଦୀକୂଳ ଓ ବିଭିନ୍ନ ପୋଲିସ ଥାନା ରାତ୍ରି ଯାପନ ପାଇଁ ଏକମାତ୍ର ସହାରା ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri