ଚାଲିଛି ବେଆଇନ ପଥର ଫୁଟା: ଦୁର୍ଘଟଣା ପରେ ଚଢ଼ାଉ, ୬ ଗିରଫ

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଅନେକ ପଥର କ୍ୱାରୀ ବିଭିନ୍ନ କାରଣ ଯୋଗୁ ନିଲାମ ହୋଇପାରୁନାହିଁ। ଏହାର ସୁଯୋଗ ନେଇ ପଥର ମାଫିଆ ବେନିୟମ ଭାବେ ପାହାଡ଼ରୁ ପଥର ଫୁଟାଇ ଚୋରାରେ ବିକ୍ରି କରୁଛନ୍ତି। ଏହାକୁ କେତେଜଣ ଅସାଧୁ ସରକାରୀ କର୍ମଚାରୀ ସହଯୋଗ କରୁଛନ୍ତି। ଫଳରେ ସରକାରଙ୍କ ବିପୁଳ ରାଜସ୍ବ କ୍ଷତି ହେଉଥିବାବେଳେ ମାଫିଆ ମାଲାମାଲ ହେଉଛନ୍ତି। ପଥର ଫୁଟାଇବାରେ ବେନିୟମ ଭାବେ ଡିଟୋନେଟର ବ୍ୟବହାର ହେଉଛି। ଆସିକା ନିକଟସ୍ଥ ମାଗୁଡ଼ା ନିମ୍ନ ପ୍ରାଥମିକ ବିଦ୍ୟାଳୟରେ ଡ଼ିଟୋନେଟର ଫୁଟି ୨ ଛାତ୍ର ଆହତ ହୋଇଥିଲା। ଏହାପରେ ଜିଲା ପୋଲିସ ଓ ପ୍ରଶାସନ ତପତ୍ର ହୋଇ ବେନିୟମ ଡ଼ିଟୋନେଟର ମହଜୁଦ୍‌କାରୀ ଓ ବ୍ୟବହାରକାରୀଙ୍କୁ ଗିରଫ କରିବାକୁ ଯୋଜନା କରିଥିଲେ। ତାରସିଂ ପୋଲିସ ରବିବାର ଅପରାହ୍ନରେ ଡ଼ିଟୋନେଟର ବ୍ୟବହାର କରି ବେନିୟମ ପଥର ଫୁଟାଇବା ଅଭିଯୋଗରେ ସମରବନ୍ଧରୁ ୬ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ରାମଚନ୍ଦ୍ର ସାହୁ, ଜିତେନ୍ଦ୍ର କୁମାର ପଟ୍ଟନାୟକ, ଅରୁଣ ବିଷୋୟୀ, ବାଳକୃଷ୍ଣ ନାୟକ, ସରୋଜ ରାଉତ ଓ ଟୁଟୁ ରାଉତ। ଗିରଫ ଅଭିଯୁକ୍ତମାନଙ୍କୁ ସୋମବାର ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି। ସେମାନଙ୍କ ଠାରୁ ୧୭୫ ଡିଟୋନେଟର, ୧୦୦ କେଜି ୟୁରିଆ ସାର, ଗୋଟିଏ ଟ୍ରାକ୍ଟର ସହ କମ୍ପ୍ରେସର, ଡ୍ରିଲ୍‌ ମେଶିନ, ୧୮ ଲୁହା ରଡ଼ ଜବତ କରାଯାଇଛି। ସୋମବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଭଞ୍ଜନଗର ଏସ୍‌ଡ଼ିପିଓ ଶୁଭ୍ରାଶୁଂ ମିଶ୍ର ଏହି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ସମରବନ୍ଧ ଅଞ୍ଚଳରେ ଏକ ପଥର କ୍ୱାରୀରେ ବେଆଇନ ଭାବେ ପଥର ଫୁଟା ଚାଲିଥିବା ଖବର ପାଇ ତାରସିଂ ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri