Posted inଜାତୀୟ

ଚାଲିଛି ରାହୁଲଙ୍କ ଉତ୍ତରାଧିକାରୀ ଖୋଜା: ଚର୍ଚ୍ଚାରେ ପାଇଲଟ୍‌, ସିନ୍ଧିଆଙ୍କ ନାମ

ନୂଆଦିଲ୍ଲୀ, ୫ା୮(ପି.ଟି.): କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି) ବୈଠକ ଅଗଷ୍ଟ ୧୦ରେ ବସିବାକୁ ଯାଉଛି। ଏହି ବୈଠକରେ ଦଳର ନେତା କିଏ ହେବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଗତ ମେ ୨୫ରେ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେଇଥିଲେ। ଦଳରେ ନେତୃତ୍ୱ ସଙ୍କଟକୁ ନେଇ ବରିଷ୍ଠ ନେତା ଶଶୀ ଥରୁର୍‌, କରନ୍‌ ସିଂ, ଅମରିନ୍ଦର ସିଂ ପ୍ରମୁଖ ସ୍ବର ଉଠାଇଥିଲେ ହେଁ କିଛି ସୁଫଳ ମିଳିପାରି ନାହିଁ। ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦଳର ଅଧ୍ୟକ୍ଷ ପଦ ଲଗି ଅନିଚ୍ଛା ପ୍ରକାଶ କରିଛନ୍ତି। ଗାନ୍ଧୀ ପରିବାରରୁ କେହି ଦଳର ଅଧ୍ୟକ୍ଷ ହେବେ ନାହିଁ ବୋଲି ମଧ୍ୟ ସେ ସ୍ପଷ୍ଟ କରିଛନ୍ତି। ୧୦ ତାରିଖ ପୂର୍ବାହ୍ନ ୧୧ଟାରେ ସିଡବ୍ଲ୍ୟୁସି ବୈଠକ ଅନୁଷ୍ଠିତ ହେବ ବୋଲି ଦଳର ସାଙ୍ଗଠନିକ ସମ୍ପାଦକ କେ.ସି. ବେଣୁଗୋପାଳ ଟୁଇଟ୍‌ କରିଛନ୍ତି। ପାର୍ଲାମେଣ୍ଟ ଅଧିବେଶନ ୭ରେ ଶେଷ ହେବ। ତେଣୁ ୧୦ରେ ହେବାକୁ ଥିବା ବୈଠକରେ କଂଗ୍ରେସ ନେତୃତ୍ୱ କାହାକୁ ଦିଆଯିବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି।
ସିଡବ୍ଲ୍ୟୁସି ବୈଠକ ୧୦ରେ ବସିବାକୁ ଥିବାବେଳେ କଂଗ୍ରେସ ଅଧ୍ୟକ୍ଷ ପଦ ଲାଗି ସବୁଠାରୁ ଚର୍ଚ୍ଚାରେ ଅଛନ୍ତି ଦଳର ବରିଷ୍ଠ ନେତା ସଚିନ୍‌ ପାଇଲଟ୍‌ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆ। ମୁମ୍ବାଇ କଂଗ୍ରେସ ମୁଖ୍ୟ ମିଲିନ୍ଦ ଦେଓରା ମଧ୍ୟ ଏହି ଦୁଇ ନେତାଙ୍କ ନାମ ରବିବାର ପ୍ରସ୍ତାବ ଦେଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଦଳର ମୁଖ୍ୟ ପଦରେ ଜଣେ ଯୁବ, ଅଭିଜ୍ଞ, ଦକ୍ଷ ଓ ସାଙ୍ଗଠନିକ ଅଭିଜ୍ଞତା ସମ୍ପନ୍ନ ନେତାଙ୍କୁ ବସାଇବା ଲାଗି ପ୍ରସ୍ତାବ ଦେଇଥିବାବେଳେ ଏ ଦୁହିଙ୍କ ପାଖରେ ଏଭଳି ଦକ୍ଷତା ରହିଥିବା ଦେଓରା ପ୍ରକାଶ କରିଛନ୍ତି। ଦଳକୁ ଆଗେଇ ନେବାରେ ଏମାନେ ସକ୍ଷମ ହୋବେ ବୋଲି ସେ ମତବ୍ୟକ୍ତ କରିଛନ୍ତି। ଏ ଦୁହି ନେତାଙ୍କ ମଧ୍ୟରୁ ଜଣଙ୍କୁ ମଧ୍ୟବର୍ତ୍ତିକାଳୀନ ଅଧ୍ୟକ୍ଷ ପଦ ମିଳିବା ଦରକାର। ପରେ ଦଳରେ ନିର୍ବାଚନ କରାଯାଇ ଅଧ୍ୟକ୍ଷ ନିଯୁକ୍ତି କରାଯିବା ସପକ୍ଷରେ ସେ ମତ ଦେଇଛନ୍ତି। ଅଧ୍ୟକ୍ଷ ପଦ ବାଛିବାରେ ବିଳମ୍ବ ହେଲେ ଦଳ ବହୁ କ୍ଷତି ସହିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଝୁଲୁଛି କଲରା ପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରା ପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri