ଚାଲୁ ହେଲା ରୂପ୍‌ସା ଝୋଟ କାରଖାନା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସାସ୍ଥିତ ଜୟକିଶନ ଦାସ ସହ ଝୋଟ କାରଖାନା ମଙ୍ଗଳବାରଠାରୁ ଚାଲୁ କରାଯାଇଛି। କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଗତ ୨୪ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କର୍ତ୍ତୃପକ୍ଷ କାରଖାନା ବନ୍ଦ ରଖିଥିଲେ। ରାଜ୍ୟ ସରକାରଙ୍କ ହେଲ୍‌ଥ ଆଣ୍ଡ ଫ୍ୟାମିଲି ୱେଲଫେୟାର ଡିପାର୍ଟମେଣ୍ଟଙ୍କ ଚିଠି ନମ୍ବର ୮୮୭୦।୨୩.୩.୨୦ ମୁତାବକ କାରଖାନା ବନ୍ଦ ହେବା ନେଇ ଜେନେରାଲ ମ୍ୟାନେଜର ମୁଖ୍ୟ ଫାଟକ ସମ୍ମୁଖରେ ନୋଟିସ ଝୁଲାଇଥିଲେ। ପୁଣି ଜିଲାପାଳଙ୍କ ଅର୍ଡ଼ର (ନଂ. ୧୦୬୧/୨୭.୩.୨୦) ଅନୁଯାୟୀ ମାର୍ଚ୍ଚ ୩୧ତାରିଖରୁ କାରଖାନା ଚାଲୁ କରାଯାଇଥିବା ଜଣାପଡ଼ିଛି। କାରଖାନା ଖୋଲାଯିବା ଫଳରେ କାର୍ଯ୍ୟରତ ୮୫୦ ଜଣ ଶ୍ରମିକଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଅପରପକ୍ଷରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ କାରଖାନା ଖୋଲାଯିବା ଘଟଣା ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri