ଚାଳକ ଦିବସ: ସରକାରୀ ସୁବିଧା ଦାବିକଲେ ଚାଳକ

ବ୍ରହ୍ମପୁର ଅଫିସ,୧୭ା୯: ଓଡ଼ିଶା ମୋଟର୍‌ ଚାଳକ ସଂଘର ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି। ଏହି ଅବସରରେ ସକାଳେ ବହୁ ସଂଖ୍ୟାରେ ଗାଡ଼ି ଚାଳକ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଏକାଠି ହୋଇଥିଲେ। ସେଠାରୁ ଏକ ରାଲିରେ ବାହାରି ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସଂଘର ବିଭିନ୍ନ ଦାବି ସମ୍ପର୍କିତ ଏକ ସ୍ମାରକପତ୍ର ଉପଜିଲାପାଳ ଶିନ୍ଦ୍ରେ ଦତ୍ତାତ୍ରୟ ଭାଉସାହେବଙ୍କୁ ପ୍ରଦାନ କରିଛନ୍ତି। ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି ଯେ, ଦେଶ ଗଠନରେ କାର୍ଯ୍ୟକରୁଥିବା ଟ୍ରକ୍‌, ବସ୍‌, ଟ୍ୟାକ୍ସି ଚାଳକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଦେଶ ପ୍ରଗତି ତଥା ରାଜ୍ୟର ଅର୍ଥନୈତିକ ପ୍ରଗତିର ବାହାକ ହେଉଛନ୍ତି ଚାଳକ। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀଠାରୁ ସମସ୍ତ ଜିନିଷପତ୍ର ପହଞ୍ଚାଇବାରେ ଏବଂ ଆଶୁ ଚିକିତ୍ସା ଆବଶ୍ୟକ କରୁଥିବା ରୋଗୀଙ୍କୁ ଚିକିତ୍ସାଳୟରେ ପହଞ୍ଚାଇବା ସହ ଜନ ପରିବହନ କ୍ଷେତ୍ରରେ ଚାଳକମାନେ ମହତ୍ତ୍ୱପୂର୍ଣ୍ଣ। କିନ୍ତୁ ଦିନରାତି ନିରନ୍ତର କାର୍ଯ୍ୟ କରୁଥିବା ଚାଳକଙ୍କ ପାଇଁ ସରକାରଙ୍କ କୌଣସି ସୁବିଧା ନାହିଁ। ଓଲଟି ଚାଳକଙ୍କ ଉପରେ ଗୋଟିଏ ପରେ ଗୋଟିଏ ଜରିମାନା ଲଦି ଦିଆଯାଉଛି। ଏଥି ସହ ସଂଘ ପକ୍ଷରୁ କେତେକ ଦାବି ଉପସ୍ଥାପନ କରାଯାଇଛି । ବ୍ରହ୍ମପୁର ସହରରେ ଏକ ସ୍ଥାୟୀ ଟ୍ୟାକ୍ସିଷ୍ଟାଣ୍ଡ ନିର୍ମାଣ, ଚାଳକଙ୍କ ପାଇଁ ଏକ ସ୍ଥାୟୀ କାର୍ଯ୍ୟାଳୟ, ଚାଳକଙ୍କ ପାଇଁ ବିଶ୍ରାମ ଗୃହ, ଆଲୋକ ବ୍ୟବସ୍ଥା, ଶୌଚାଳୟ ବ୍ୟବସ୍ଥା, ସମସ୍ତ ଚାଳକଙ୍କୁ ଶ୍ରମ ବିଭାଗରେ ପଞ୍ଜୀକରଣ ସହ ସ୍ବତନ୍ତ୍ର ପରିଚୟପତ୍ର ପ୍ରଦାନ ଆଦି ସେମାନଙ୍କ ଦାବି ରହିଛି। ସଂଘର ସଭାପତି ରାଜେନ୍ଦ୍ର କୁମାର ଚୌଧୁରୀ, ଉପସଭାପତି ନୀଳମାଧବ ପାଠୀ, ସମ୍ପାଦକ ଧୋବା ଗୌଡ଼, ଉପସମ୍ପାଦକ ଦିଲେଶ୍ୱର ଦାସ, କୋଷାଧ୍ୟକ୍ଷ ଜିତେନ୍ଦ୍ର କୁମାର ପଣ୍ଡାଙ୍କ ସମେତ ବହୁ ଚାଳକ ଏଥିରେ ଭାଗ ନେଇଥିଲେ। ରାଲି ସମୟରେ ଚାଳକମାନେ ଟ୍ରାଫିକ ସଚେତନତା ସ୍ଲୋଗାନ୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri