ଚାଷଜମିରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଘସିପୁରା, ୫।୧୦(ଡି.ଏନ.ଏ.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଅଁଳାପାଳର ଚାଷ ଜମିରୁ ଏକ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ସନ୍ଧ୍ୟାରେ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡି ନାହିଁ। ଘସିପୁରା ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ମୃତଦେହକୁ ବ୍ୟବଚ୍ଛେଦ ଲାଗି ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଯାଇଛି।
ମୃତ ଦମ୍ପତି ହେଲେ ରାଧିକାଦେଇପୁର ପଞ୍ଚାୟତ ରଘୁନାଥପୁର ଗ୍ରାମର ବିଜୟ ମୁର୍ମୁ(୪୨) ଓ ତାଙ୍କ ସ୍ତ୍ରୀ ପାନ ମୁର୍ମୁ (୪୦)। ଗୁରୁବାରଠାରୁ ଏହି ଦମ୍ପତି ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରି କୌଣସି ସନ୍ଧାନ ପାଇ ନ ଥିଲେ। ଶୁକ୍ରବାର ସନ୍ଧ୍ୟାରେ ଚାଷ ଜମି ନିକଟରେ ସେମାନଙ୍କ ମୃତଦେହ ପଡିଥିବା ଦେଖି ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ। ଚାଷ ଜମିରେ କାମ କରୁଥିବା ସମୟରେ ବଜ୍ରପାତ ଯୋଗୁ ସେମାନଙ୍କ ମୃତ୍ୟୁ ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ମୃତଦେହର ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାରଣ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?