ଛତ୍ରପୁର,୨୦।୫(ଡି.ଏନ.ଏ)- ଗଞ୍ଜାମ ଜିଲାରେ ପ୍ରତିବର୍ଷ ବାତ୍ୟା, ବନ୍ୟା ଓ ମରୁଡିରେ ବ୍ୟାପକ ଫସଲ ନଷ୍ଟ ହେଉଛି । ମାତ୍ର ଫସଲ ବୀମା ବାବଦରେ ଚାଷୀଙ୍କୁ କ୍ଷତିପୂରଣ ମିଳୁନି । ୨୦୧୮ରେ ହୋଇଥିବା ତିତ୍ଲି ବାତ୍ୟାରେ ଜିଲାରେ ୫୦ ପ୍ରତିଶତରୁ ଉର୍ଦ୍ଧ୍ୱ ଫସଲ କ୍ଷତି ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ଆକଳନ କରାଯାଇ ରିପୋର୍ଟ ଦିଆଯାଇଥିଲା। ଏହାକୁ ଆଧାର କରି ଚାଷୀଙ୍କୁ ପ୍ରଶାସନ ପକ୍ଷରୁ ଫସଲ କ୍ଷତି ପୂରଣ ମିଳିଥିଲା। ମାତ୍ର କ୍ଷତିଗ୍ରସ୍ତ ଚାଷୀମାନେ ଫସଲ ବୀମା ପ୍ରିମିୟମ ଟଙ୍କା ବ୍ୟାଙ୍କ ଓ ସୋସାଇଟିରେ ଜମା କରିଥିଲେ ସୁଦ୍ଧା ଅଧିକାଂଶ ଚାଷୀ କ୍ଷତିପୂରଣ ପାଇନାହାନ୍ତି। ସେହିପରି ଯେଉଁମାନେ ବି ଫସଲ ବୀମା ସହାୟତା ପାଇଛନ୍ତି ମାତ୍ର ୧୨ ପ୍ରତିଶତ କ୍ଷତିର କ୍ଷତିପୂରଣ ମିଳିଛି।
ମିଳିଥିବା ସୂଚନା ଅନୁସାରେ ଜିଲାର ୧ ଲକ୍ଷ ୨୧ ହଜାର ଚାଷୀ ପ୍ରିମିୟମ ଟଙ୍କା ଦେଇଥିଲେ ସୁଦ୍ଧା ମାତ୍ର ୯ ହଜାର ୬୬୦ ଚାଷୀଙ୍କୁ ଫସଲ ବୀମା ବାବଦରେ କ୍ଷତିପୂରଣ ମିଳିଛି । ଏବେ ଫନୀ ବାତ୍ୟାରେ ଜିଲାର ରବି ଫସଲ ବିଶେଷ ଭାବେ କ୍ଷତି ହୋଇଛି । ବିଶେଷକରି କାଜୁ, ଆମ୍ବ, ପଣସ, କଦଳୀ, ଲେମ୍ବୁ , ଗୁଆ, ନଡିଆ ଆଦି ଗଛ ବାତ୍ୟାରେ ନଷ୍ଟ ହୋଇଯାଇଛି । ଏହାର ତୁରନ୍ତ ଆକଳନ କରି କ୍ଷତିପୂରଣ ଦେବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି ।
ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…
ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…
ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…
ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…
ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…
ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…
କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…
ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
Archives

