ଚାଷୀଙ୍କୁ ମିଳୁନି, କଳାବଜାର ଆଶଙ୍କା

ଢେଙ୍କାନାଳ ଅଫିସ, ୧୨।୯ – ଢେଙ୍କାନାଳରେ ୟୁରିଆ ସାରର ବ୍ୟାପକ ଅଭାବ ଦେଖାଦେଇଛି। ଜିଲାର ଅଧା ଚାଷୀ ସାର ପାଇନାହାନ୍ତି। ଧାନଚାଷ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଠିକଣା ସମୟରେ ୟୁରିଆ ଅଭାବ ସେମାନଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ ସାର କଳାବଜାର ପାଇଁ କେତେଜଣ ହୋଲେସେଲର ମସୁଧା କରୁଥିବା ଚର୍ଚ୍ଚା ଜୋର୍‌ ଧରିଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
ଖରିଫ୍‌ ଚାଷ ଲାଗି ଅନୁଷ୍ଠିତ କୃଷି ନିର୍ଦ୍ଧାରଣ କମିଟି ବୈଠକରେ ଜିଲାରେ ୯୪,୯୪୦ ହେକ୍ଟର ଜମିରେ ଧାନଚାଷ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଏଥିଲାଗି ୬ହଜାର ମେଟ୍ରିକ ଟନ୍‌ ସାରର ଆବଶ୍ୟକତା ରହିଥିବା କୃଷି ବିଭାଗ ପକ୍ଷରୁ କୁହାଯାଇଥିଲା। ଏବେ ସୁଦ୍ଧା ମାତ୍ର ୩ହଜାର ମେଟ୍ରିକ ଟନ୍‌ ୟୁରିଆ ସାର ଯୋଗାଣ ହୋଇଛି, ଯାହା ଚାଷୀଙ୍କ ଆବଶ୍ୟକତାକୁ ପୂରଣ କରିପାରୁନାହିଁ। ଗୋଲା, ସୋସାଇଟି, କୃଷି କାର୍ଯ୍ୟାଳୟରେ ୟୁରିଆ ନାହିଁ। ଏ ନେଇ କୃଷି ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଉଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ଚଳିତବର୍ଷ ଜିଲାରେ ଭଲ ବର୍ଷା ହୋଇଛି। ରୁଆବେଉସା ସରିବା ପରେ ଧାନରୁ ଥୋଡ଼ ବାହାରିବା ସମୟ ହେଲାଣି। ଏହି ସମୟରେ ୟୁରିଆର ଆବଶ୍ୟକତା ବେଶି। ହେଲେ ୟୁରିଆ ସଙ୍କଟ ଏବେ ଚାଷୀଙ୍କ ମୁଣ୍ଡରେ ଚଡ଼କ ପକାଇଛି। ଅନ୍ୟପଟେ କେତେଜଣ ହୋଲସେଲର ୧୦୦୦ ମେଟ୍ରିକ ଟନ୍‌ ୟୁରିଆ ବଜାରକୁ ବିକ୍ରି ପାଇଁ ନ ଛାଡ଼ି ଚପାଇ ରଖିଥିବା ଚର୍ଚ୍ଚା ହେଉଛି। ସେମାନେ ସାର କଳାବଜାର କରି ଚଢ଼ା ଦରରେ ବିକ୍ରି କରିବାକୁ ମସୁଧା କରୁଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
ସଦର ବ୍ଲକ ନୂଆଗଁା ପଞ୍ଚାୟତ ମଣ୍ଡାପାଳ ଗ୍ରାମର ଚାଷୀ ସର୍ବେଶ୍ୱର ବ୍ରହ୍ମ କୁହନ୍ତି, ଧାନ ବାହାରିବା ସମୟ ହେବା ବେଳକୁ ସବୁଠି ୟୁରିଆ ସାରର ଅଭାବ ଦେଖାଦେଇଛି। ଗ୍ରାମରେ ଥିବା ସମବାୟ ସମିତିଠାରୁ ଆରମ୍ଭ କରି କୃଷି କାର୍ଯ୍ୟାଳୟ ଯାଏ କେଉଁଠି ମଧ୍ୟ ସାର ମିଳୁନାହିଁ। ଫଳରେ ଶେଷ ମୁହୂର୍ତ୍ତରେ ଧାନଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଥିବା ସେ କହିଛନ୍ତି। ଏ ନେଇ ଜିଲା କୃଷି ଉପନିର୍ଦ୍ଦେଶକ ଛବୀନ୍ଦ୍ର ବେହେରା କୁହନ୍ତି, ସାର ଅଭାବ ସମ୍ପର୍କରେ ରାଜ୍ୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ୨-୩ ଦିନ ମଧ୍ୟରେ ୬୦୦ ମେଟ୍ରିକ ଟନ୍‌ ସାର ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। କେତେଜଣ ହୋଲ୍‌ସେଲର ସାର କଳାବଜାର କରିବାକୁ ଯୋଜନା କରୁଥିବା ଅଭିଯୋଗ ମିଳିଛି। ଏହାର ସତ୍ୟାସତ୍ୟ ଅନୁସନ୍ଧାନ କରାଯାଉଛି। ପ୍ରମାଣ ମିଳିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri