Posted inବରଗଡ଼

ଚାଷୀଙ୍କୁ ରସିଦ ଦେଉ ନାହାନ୍ତି ବିହନ ବିକ୍ରେତା

ବରଗଡ଼ ଅଫିସ୍‌,୧୦।୬-ଖରିଫ ଫସଲ ପାଖେଇ ଆସୁଛି। ଏହାକୁ ନେଇ ଏବେଠାରୁ କେତେକ ବିହନ ବିକ୍ରେତା କଳାବଜାର ପାଇଁ ତତ୍ପର ହୋଇ ପଡ଼ିଛନ୍ତି । ଅନ୍ୟପକ୍ଷେ ଜିଲା କୃଷିବିଭାଗ ମଧ୍ୟ ଏଭଳି କଳାବଜାର ପ୍ରତି ନଜର ରଖିଛି । ବୁଧବାର ଜିଲା କୃଷିବିଭାଗର ଏକ ସ୍ବତନ୍ତ୍ର ସ୍କ୍ବାଡ଼ ବରପାଲି ଅଞ୍ଚଳରେ ରହିଥିବା ବିହନ ଦୋକାନ ଉପରେ ଚଢ଼ାଉ କରିଥିଲା। ସେଠାକାର ହରିଓମ୍‌ ଟ୍ରେଡର୍ସ, ମହାବୀର ବିହନ ଭଣ୍ଡାର ଏବଂ କୃଷିସେବା କେନ୍ଦ୍ର ନାମକ ୩ଟି ଦୋକାନରେ ଚଢ଼ାଉ ପରେ ସେଠାରେ ବିହନ ବିକ୍ରେତାମାନେ ଚାଷୀଙ୍କୁ ରସିଦ୍‌ ଦେଉ ନଥିବା ଜଣାପଡ଼ିଥିଲା। ଫଳରେ ସମ୍ପୃକ୍ତ ବିହନ ବିକ୍ରେତାମାନଙ୍କୁ କାରଣଦର୍ଶାଅ ନୋଟିସ୍‌ ଦିଆଯାଇଛି ବୋଲି ଜିଲା ମୁଖ୍ୟ କୃଷି ଅଧିକାରୀ ଦୀନବନ୍ଧୁ ଗାନ୍ଧୀ ଜଣାଇଛନ୍ତି। ଏହା ସହିତ ବିହନ ଦୋକାନରୁ ୨ଟି କିସମର ବିହନ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ତାକୁ ଭୁବନେଶ୍ୱର ପରୀକ୍ଷାଗାରକୁ ପଠାଯାଇଥିବା ସେ କହିଛନ୍ତି । ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ସହକାରୀ କୃଷି ନିର୍ଦ୍ଦେଶକ ରବି ନାରାୟଣ ସେନାପତି, ଯୁଗ୍ମମାନ ନିର୍ଦ୍ଧାରଣ ଅଧିକାରୀ ରବୀନ୍ଦ୍ର କୁମାର ସାହୁ, ବରପାଲି ବ୍ଲକର ସହକାରୀ କୃଷି ଅଧିକାରୀ ବନମାଳୀ ସାହୁ, ବାବାଜୀ ଚରଣ ସେଠୀ ପ୍ରମୁଖ ସାମିଲ ଥିଲେ । ତେବେ ବିହନ କିଣିବା ସମୟରେ ଚାଷୀମାନେ ସମ୍ପୃକ୍ତ ବିହନ ବିକ୍ରେତାଙ୍କଠାରୁ ରସିଦ୍‌ ମାଗି ନେବା ପାଇଁ ଜିଲା ମୁଖ୍ୟ କୃଷି ଅଧିକାରୀ ଗାନ୍ଧୀ ଚାଷୀଙ୍କୁ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି

ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍‌ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି।...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri