Posted inଜାତୀୟ

ଚାଷୀଙ୍କ ପୁଅଙ୍କୁ ଆମେରିକା ପ୍ରଦାନ କରିବ ଗ୍ରେନେଲ୍‌ ପୁରସ୍କାର: ମିଳିବ ୭୦ ଲକ୍ଷ ଟଙ୍କା

ପାଟନା, ୩।୮: ବିହାରରେ ଜଣେ ଚାଷୀଙ୍କ ପୁଅଙ୍କୁ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ପାଇଁ ସମ୍ମାନ ଜନକ ଗ୍ରେନେଲ୍‌ ପୁରସ୍କାର ପ୍ରଦାନ କରାଯିବ। ଗୟା ଜିଲାର ହମ୍‌ଜାପୁର ଗାଁର ଶଫିକୁର ରହେମାନ୍‌ଙ୍କୁ ଏଥିପାଇଁ ୭୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଭାରତୀୟ ବୋହୂଙ୍କ ଚୋରା ଚାଲାଣ ତଥା ମହିଳାଙ୍କ ଅଧିକାର ଲାଗି ଶଫିକୁରଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ। ସେ ୧୫ ବର୍ଷ ବୟସରୁ ସାମାଜିକ କାର୍ଯ୍ୟ କରିଆସୁଥିବା କୁହାଯାଉଛି। ସେ ହରିୟାଣା, ରାଜସ୍ଥାନ, ପଞ୍ଜାବ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଦି ରାଜ୍ୟରେ ନିଜର ସାମାଜିକ କାର୍ଯ୍ୟ ଜାରି ରଖିଛନ୍ତି। ଦେଶର ତାଙ୍କର ୭୦ଟି ଦଳ ସାମାଜିକ କାର୍ଯ୍ୟରେ ଜଡ଼ିତ ରହିଛନ୍ତି। ୨୦୦୪ରେ ସେ ଦିଲ୍ଲୀରେ ହେଉଥିବା ଗୋତି ଶ୍ରମିକ ବିରୋଧୀ ଆନ୍ଦୋଳନରେ ଅଂଶଗ୍ରହଣ କରିଥିଲେ। ୨୦୦୬ରେ ସେ ଏମ୍ପପାଓ୍ବାର ପିପଲ ନାମକ ସଂସଥା ଗଠନ କରିଥିଲେ। ସେହିପରି କନ୍ୟା ଶିଶୁ ଭ୍ରୁଣ ହତ୍ୟାକୁ ବିରୋଧ କରି ସେ ଦେଶବ୍ୟାପି ୩ ଶହ କିମି ପଦଯାତ୍ରା କରିଛନ୍ତି। ଇତିମଧ୍ୟରେ ଶଫିକୁର ୫ ହଜାରରୁ ଅଧିକ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିସାରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri