ଚାଷୀଙ୍କ ସମସ୍ୟାକୁ ନେଇ ଏମିତି କହିଦେଲେ ନବୀନ

ପଟ୍ଟାମୁଣ୍ଡାଇ, ୧ା୧(କଳ୍ପତରୁ ନାୟକ):ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ କେନ୍ଦ୍ରାପଡ଼ା ଜିଲା ଗସ୍ତରେ ଆସି ଅଦିନିଆ ବର୍ଷା ଯୋଗୁ ହୋଇଥିବା ଫସଲ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଶ୍ୟାମସୁନ୍ଦରପୁର ଏକ ପଡ଼ିଆଠାରେ ଅପରାହ୍ନ ୨ଟା୨୦ରେ ହେଲିକପ୍ଟର ଯୋଗେ ଅବତରଣ କରିବା ପରେ ବିଜେଡି ନେତା ଓ କର୍ମୀ ତାଙ୍କୁ ସ୍ବାଗତ କରିଥିଲେ। ଅନେକ ହଜାର ଚାଷୀ ଓ ମହିଳା ନବୀନଙ୍କୁ ଦେଖି ଭାବବିହ୍ବଳ ହୋଇପଡ଼ିଥିଲେ। ଶଙ୍ଖ ଧ୍ୱନି, ହୁଳହୁଳିରେ ପ୍‌ୂରା ପଡ଼ିଆ ପ୍ରକମ୍ପିତ ହୋଇଉଠିଥିଲା। ପରେ ନବୀନ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ଦୁର୍ଦ୍ଦଶା ଶୁଣିଥିଲେ। ଚାଷୀ ଅଭିଯୋଗ କରିଥିଲେ, ବର୍ଷା ଛାଡ଼ିଯିବାର ଏତେଦିନ ପରେ ମଧ୍ୟ କୌଣସି ସରକାରୀ କର୍ମଚାରୀ ଏପର୍ଯ୍ୟନ୍ତ କ୍ଷେତ୍ର ପରିଦର୍ଶନରେ ଆସିନାହାନ୍ତି। ବର୍ଷା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଆଗୁଆ ସୂଚନା ଜାରି କରାଯାଇଥିଲେ ହୁଏତ ଫସଲ ବଞ୍ଚତ୍ୟାଇଥାନ୍ତା। ସେହିପରି ଫସଲ ବୀମା ସମ୍ପର୍କରେ ମଧ୍ୟ ସରକାରଙ୍କ ପକ୍ଷରୁ ଠିକ୍‌ ଭାବେ ଅବଗତ କରାଯାଇନାହିଁ। ବିରୋଧୀ ଦଳ ନେତା ନବୀନ ଚାଷୀଙ୍କୁ ଆଶ୍ୱାସନା ଦେଇ କହିଥିଲେ, ସେ ସବୁବେଳେ ଚାଷୀ ଭଉଣୀଭାଇଙ୍କ ସହ ଅଛନ୍ତି ଓ ସେମାନଙ୍କ ହକ୍‌ ପାଇଁ ଲଢ଼େଇକରିବେ। ପଟ୍ଟାମୁଣ୍ଡାଇ ଚାଷୀକୁଳ ଦୁଃଖରେ ଅଛନ୍ତି। ଅଦିନିଆ ବର୍ଷା ସେମାନଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ତୁରନ୍ତ ଚାଷୀଙ୍କୁ ପର୍ଯ୍ୟାପ୍ତ କ୍ଷତିପୂରଣ ଦେବା ପାଇଁ ସରକାରଙ୍କ ନିକଟରେ ଦୃଢ଼ ଦାବି ଜଣାଇବେ। ପରେ ଗ୍ରାମରେ ପହଞ୍ଚତ୍ କ୍ଷତିଗ୍ରସ୍ତ ଚାଷଜମି ପରିଦର୍ଶନ କରିଥିଲେ। କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ଦୁର୍ଦ୍ଦଶା ଶୁଣିଥିଲେ। ଚାଷୀଙ୍କ ସହ ଆଲୋଚନାକରି ରାଜ୍ୟ ସରକାରଙ୍କ ନିକଟରେ ସେମାନଙ୍କ କଲ୍ୟାଣ ପାଇଁ ବିଧାନସଭାରେ ଉପସ୍ଥାପନ କରିବେ ବୋଲି ଆଶ୍ୱାସନା ଦେଇଥିଲେ। ଏହି ଗସ୍ତ ସମୟରେ ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ଆଳି ବିଧାୟକ ପ୍ରତାପ କେଶରୀ ଦେବ, ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର, ମହାକାଳପଡ଼ା ପୂର୍ବତନ ବିଧାୟକ ଅତନୁ ସବ୍ୟସଚୀ ନାୟକ, ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ, ନଗର ବିଜେଡି ସଭାପତି ଖଗେଶ୍ୱର ଲେଙ୍କା, ଜିଲା ପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri