ଚାଷୀ ଆତ୍ମହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼ ଅଫିସ,୨୫।୭: ବରଗଡ଼ ସଦର ଥାନା ଅନ୍ତର୍ଗତ ବୀରମାଲ ନିକଟ ପୋଢ଼ମୁଣ୍ଡା ଗ୍ରାମରେ ବୁଧବାର ରାତିରେ କୀଟନାଶକ ପିଇ ଜଣେ ଯୁବଚାଷୀ ବୈଷ୍ଣବ ଭୁଏ(୨୭) ଆତ୍ମହତ୍ୟା କରଥିବା ଅଭିଯୋଗ ହୋଇଛି। ଫସଲହାନି ସହିତ ଋଣବୋଝ ଚିନ୍ତାରେ ସେ ଆତ୍ମହତ୍ୟା କରିଛନ୍ତି ବୋଲି ତାଙ୍କ ବାପା ମୀନକେତନ ଭୁଏ ଅଭିଯୋଗ କରିଛନ୍ତି। ସଦର ଥାନା ପୋଲିସ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଇଛି । ତେବେ ଫସଲ ଆରମ୍ଭରୁ ଯୁବଚାଷୀଙ୍କ ଆତ୍ମହତ୍ୟା ଏଠାରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏବଂ ତଦନ୍ତ ସମ୍ପୂର୍ଣ୍ଣ ହେବା ପରେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି ।
ପ୍ରକାଶ ଯେ, ମୀନକେତନଙ୍କ ୫ ପୁଅ ନିର୍ମଳ, ବୈଷ୍ଣବ, ଶିଶୁପାଳ ପାଣ୍ଡବ ଓ ବିଜୁ। ନିଜର ୩ ଏକର ଏବଂ ଅନ୍ୟ ୧ ଏକର ଭାଗଚାଷ କରି ସେମାନେ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। ସେଥିରୁ ପ୍ରାୟ ୫୦ ଡେସିମିଲି ଜମିରେ ବାଇଗଣ, କଲରା, ଜହ୍ନି ଆଦି ପରିବା ଚାଷ କରିଥିବାବେଳେ ବାକି ସାଢ଼େ ୩ ଏକର ଜମିରେ ଧାନଚାଷ କରିଛନ୍ତି। ତେବେ ଚାଷଜମିର ଅଧିକାଂଶ ଜମିକୁ କେନାଲ ପାଣି ମାଡ଼ୁ ନଥିବା ଯୋଗୁ ଉଠାଜଳସେଚନ ମାଧ୍ୟମରେ ଜମିକୁ ପାଣି ମଡ଼ାଇଥାନ୍ତି। ତେବେ ବର୍ଷାଭାବରୁ ଉଭୟ ଜଳସେଚିତ, ଅଣଜଳସେଚିତ ଜମିରେ ବୁଣିଥିବା ଧାନ ନଷ୍ଟ ହୋଇ ଯାଇଥିଲା। ଅଣଜଳସେଚିତ ଜମିର ଧାନ ପାଣି ଅଭାବରୁ ଲାଲ ହୋଇଯାଇ ଥିବାବେଳେ ଧାନପହ୍ଲା କିଆରୀରେ ମଧ୍ୟ ଅନୁରୂପ ଅବସ୍ଥା ହୋଇଥିବା ମୃତ ଯୁବଚାଷୀ ବୈଷ୍ଣବଙ୍କ ବାପା ମୀନକେତନ କହିଛନ୍ତି । ସେହିପରି ପରିବା କିଆରି ମଧ୍ୟ ନଷ୍ଟ ହୋଇଥିବା ସେ ପ୍ରକାଶ କରିଛନ୍ତି। ଅନ୍ୟପଟେ ସେହି ଚାଷକାର୍ଯ୍ୟ ପାଇଁ ପାଖାପାଖି ଦେଢ଼ରୁ ୨ଲକ୍ଷ ଟଙ୍କା ଧାର କରି ଖର୍ଚ୍ଚ ହୋଇଥିଲା । ଫଳରେ ଚାଷ କ୍ଷତି ହେବା ଯୋଗୁ ବୈଷ୍ଣବ ସବୁବେଳେ ଋଣବୋଝ ଚିନ୍ତାରେ ରହୁଥିଲେ ଏବଂ ବୁଧବାର ରାତିରେ କ୍ଷେତକୁ ଯାଇ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଜମିକୁ ପାଣି ମଡ଼ାଇବା ପାଇଁ ଯାଉଛି କହି ରାତି ପ୍ରାୟ ୯ଟାରେ ସେ ଘରୁ ବାହାରିଥିଲେ। ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ଖୋଜାଖୋଜି କରିବାରୁ ଜମିରେ ବୈଷ୍ଣବ ଗୁରୁତର ଅବସ୍ଥାରେ ପଡ଼ିଥିଲେ ଏବଂ ତାଙ୍କ ପାଖରେ କୀଟନାଶକ ଡବା ମଧ୍ୟ ପଡ଼ି ରହିଥିଲା। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଏ ନେଇ ଅଧିକ ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?