ଚାଷୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ବିରୋଧୀ ଦଳ ନେତାଙ୍କ ଅନୁଧ୍ୟାନ

କେସିଙ୍ଗା,୨୫।୮(ଡି.ଏନ.ଏ.)
କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମ ପଞ୍ଚାୟତର ବାହାଦୂରପଦର ଗ୍ରାମର ଚାଷୀ ଡମ୍ବରୁଧର ପୋଢ଼ (୩୫) ଆତ୍ମହତ୍ୟା ଉଦ୍ୟମ କରିଥିଲେ । ବର୍ତ୍ତମାନ ଡମ୍ବରୁଧର ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି । ଉକ୍ତ ଘଟଣା ଜଣାପଡ଼ିବା ପରେ ଶନିବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଚାଷୀ ଡମ୍ବରୁଧରଙ୍କ ଘର ପରିଦର୍ଶନ କରି ଘଟଣାର ଅନୁଧ୍ୟାନ କରିଥିବା ଜଣାପଡିଛି। ତାଙ୍କ ପରିବାରବର୍ଗଙ୍କୁ କିଭଳି ଟଙ୍କା ମିଳିବା ସେହି ବ୍ୟବସ୍ଥା କରିବି ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ନାଏକ ଆତ୍ମହତ୍ୟା ଉଦ୍ୟମ କରିଥିବା ଚାଷୀଙ୍କ ସ୍ତ୍ରୀଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଅଗଷ୍ଟ ୧୮ ତାରିଖରେ ବାହାଦୂରପଦର ଗ୍ରାମର ବାସୁଦେବ ପୋଢ଼ଙ୍କ ପୁଅ ଡମ୍ବରୁଧର ପୋଢ଼ ନିଜ ଚାଷ ଜମିରେ କୀଟନାଶକ ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପରିବାର ଲୋକେ ଜାଣିବା ପରେ ଉକ୍ତ ଅପରାହ୍ନ ୩ ଘଣ୍ଟାରେ ଭବାନୀପାଟଣା ସରକାରୀ ହସ୍ପିଟାଲକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲାକୁ ସ୍ଥାନାନ୍ତରିତ କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ଯେ, ଗତ ୨୦୧୬ରେ ଜଳନିଧି ଯୋଜନାରୁ କୂଅ ଖୋଳିବାକୁ କୃଷି ବିଭାଗ ପକ୍ଷରୁ ଡମ୍ବରୁଧର ପୋଢ଼ଙ୍କ ବାପା ବାସୁଦେବ ପୋଢ଼ଙ୍କ ନାମରେ ଆଦେଶନାମା ପ୍ରଦାନ କରାଯାଇଛି । ସେହିପରି ଉକ୍ତ ଗ୍ରାମର ୪ଜଣ ଚାଷୀଙ୍କ ନାମରେ ଆଦେଶନାମା ପ୍ରଦାନ କରାଯାଇଥିଲା । ୪ ଜଣ ଚାଷୀ କୂଅ ମଧ୍ୟ ଖୋଲିଛନ୍ତି। କିନ୍ତୁ ଆଜିଯାଏ କୃଷି ବିଭାଗ ପକ୍ଷରୁ ଅର୍ଥ ପାଇନାହାନ୍ତି । ଗୋଟିଏ କୂଅପ୍ରତି ୭୫ ହଜାର ବ୍ୟୟ ଅଟକଳରେ ଖୋଳିବାରେ ନିୟମ ରହିଛି । ଆଜକୁ ୩ ବର୍ଷ ହେଲା କେହିବି ଉକ୍ତ କୂଅ ବାବଦକୁ ଅର୍ଥ ପାଇନାହାନ୍ତି । ଡମ୍ବରୁଧର ପୋଢ଼ ଚାପଗ୍ରସ୍ତ ହୋଇ ଗତ ୧୮ ତାରିଖରେ କୀଟନାଶକ ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏ ସଂକ୍ରାନ୍ତରେ କେସିଙ୍ଗା କୃଷି ବିଭାଗର ସହକାରୀ କୃଷି ଅଧିକାରୀ ବିଶ୍ୱନାଥ ମହାପାତ୍ରଙ୍କୁ ପଚାରିବାରୁ ଡମ୍ବରୁଧର ପୋଢ଼ ଆମ ହିତାଧିକାରୀ ନୁହେଁ, ସେ କିପରି ଆତ୍ମହତ୍ୟା କଲେ ସେଥି ପାଇଁ କୃଷି ବିଭାଗ କିମ୍ବା ମୁଁ ଦାୟୀ ନୁହେଁ ବୋଲି ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri