ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଛନ୍ତି। ଧାନର ଅଭାବୀ ବିକ୍ରୀ ଦେଖାଦେଇଛି। ମଣ୍ଡିରେ ଧାନ ସଂଗ୍ରହ ଠିକ୍‌ ଭାବେ ହେଉନାହିଁ। ଏହାକୁ ବିରୋଧ କରି ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ ଜୋରଦାର କରାଯାଉଛି। ଅପରପକ୍ଷେ ଚାଷୀ ଆନ୍ଦୋଳନ ଓ ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ଗୁରୁବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ସଦସ୍ୟ ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଜେନା ଏବଂ ଦଳର ଅନ୍ୟ ସଦସ୍ୟମାନେ ପ୍ରବଳ ହୋ-ହଲ୍ଲା କରିଥିଲେ। ପ୍ରଶ୍ନକାଳ ବାତିଲ କରି ପ୍ରଥମେ ଚାଷୀଙ୍କ ସମସ୍ୟା ବିଷୟରେ ଆଲୋଚନା କରାଯାଉ ବୋଲି କଂଗ୍ରେସ ସଦସ୍ୟମାନେ ଦାବି କରିଥିଲେ। ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିବା ସହ ବାଚସ୍ପତିଙ୍କ ପୋଡିୟମ ଉପରକୁ ଉଠିବା ପାଇଁ ଚେଷ୍ଟା କରିଥିଲେ। ବାଚସ୍ପତି କଂଗ୍ରେସ ସଦସ୍ୟମାନଙ୍କୁ ଗୃହକାର୍ଯ୍ୟରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିଥିଲା। ସଦସ୍ୟଙ୍କ ହଟ୍ଟଗୋଳରେ ବିଧାନସଭା ପ୍ରକମ୍ପିତ ହୋଇଥିଲା। ହଟ୍ଟଗୋଳ ମଧ୍ୟରେ ବାଚସ୍ପତି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ପରିସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ଗୃହକୁ ୧୦.୩୧ମିନିଟ୍‌ରୁ ୧୧.୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ୧୧.୩୦ରେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା ଓ କଂଗ୍ରେସର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ମାଡ଼ି ଆସି ପ୍ରବଳ ହୋ-ହଲ୍ଲା କରିଥିଲେ। ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ଗୃହକାର୍ଯ୍ୟକୁ ସ୍ବାଭାବିକ କରିବା ପାଇଁ ସର୍ବrଦଳୀୟ ବୈଠକ ଡାକିଥିଲେ। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ବୈଠକରେ ଯୋଗଦେବା ଲାଗି ବାଚସ୍ପତି ଅନୁରୋଧ କରିଥିଲେ। ୧୧.୩୧ମିନିଟରୁ ଗୃହକୁ ୧୨.୩୦ ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ବୈଠକରେ ବାଚସ୍ପତି ବିରୋଧୀଙ୍କୁ ମନାଇ ଗୃହକାର୍ଯ୍ୟକୁ ସ୍ବାଭାବିକ କରିପାରିବେ କି ନାହିଁ ତାହା ଉପରେ ରହିଛି ନଜର।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?