ଚାଷୀ ସମସ୍ୟାକୁ ଗୃହରେ ଜୋରଦାର କରିବ କଂଗ୍ରେସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଗୃହରେ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଥିବାବେଳେ ଶାସକ ଦଳ ସଦସ୍ୟଙ୍କୁ ଘେରିବା ଲାଗି ବିରୋଧୀ କଂଗ୍ରେସ ମଧ୍ୟ ନିଜର ପ୍ରସ୍ତୁତି କରିଛି। ମାତ୍ର ଯେହେତୁ କଂଗ୍ରେସର ସମସ୍ତ ସଦସ୍ୟ ବୈଠକରେ ଉପସ୍ଥିତ ନ ଥିଲେ ସେଥିଲାଗି ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଆଉଥରେ ବିଧାୟକ ଦଳ ବୈଠକ ବସିବ ବୋଲି ବିଧାୟକ ଦଳ ନେତା ନରସିଂହ ମିଶ୍ର ସୂଚନା ଦେଇଛନ୍ତି। ନରସିଂହ ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ କହିଛନ୍ତି ଯେ, ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହୋଇଛି। ମୁଖ୍ୟତଃ ଚାଷୀ ପ୍ରସଙ୍ଗକୁ ଗୃହରେ ଜୋରଦାର୍‌ କରାଯିବ। ରାଜ୍ୟର ଚାଷୀମାନେ ଘୋର ସମସ୍ୟା ଦେଇ ଗତି କରୁଛନ୍ତି। ଚାଷୀଙ୍କୁ ସରକାର ଏକପ୍ରକାର ଶୋଷଣ କରିଚାଲିଛନ୍ତି। ଚାଷୀ ଏ ପର୍ଯ୍ୟନ୍ତ ଟୋକନ ପାଇନାହାନ୍ତି। କଟ୍‌ନୀ, ଛଟ୍‌ନୀ ପ୍ରବଳ ମାତ୍ରାରେ ବଢ଼ିଯାଇଛି। ରାଜ୍ୟର ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏତେ ପରିମାଣରେ ଲୁଟ୍‌, ଡକାୟତି, ବଳାତ୍କାର, ହତ୍ୟା ବଢ଼ିଯାଇଛି ତାହା ଏକପ୍ରକାର ସୀମା ଅତିକ୍ରମ କରିସାରିଲାଣି। ଯଦି କୌଣସି ଘଟଣାରେ ଜନସାଧାରଣ ଆନ୍ଦୋଳନ କରିବାକୁ ଚେଷ୍ଟା କରୁଛନ୍ତି ତେବେ ପୋଲିସ ମାଧ୍ୟମରେ ସରକାର ଦବାଇ ଦେବାକୁ ଚେଷ୍ଟା କରୁଛନ୍ତି। ପିସି କାରବାର ଚରମ ସୀମାରେ ପହଞ୍ଚି ସାରିଲାଣି। ଏମିତି କୌଣସି ପଞ୍ଚାୟତ କିମ୍ବା ବ୍ଲକ କାର୍ଯ୍ୟାଳୟ ନାହିଁ ଯେଉଁଠି ପିସି କାରବାର ଚାଲୁନାହିଁ। ଦୁର୍ନୀତି ମୁକ୍ତ ନୁହେଁ, ବରଂ ଦୁର୍ନୀତି ଯୁକ୍ତ ଓଡ଼ିଶା ହେବାରେ ଲାଗିଛି। ଦାଦନ ସମସ୍ୟା ବଢ଼ିବା ସାଙ୍ଗକୁ ଲୋକମାନେ ନିଯୁକ୍ତି ନ ପାଇ ଗାଁକୁ ଫେରିଯାଉଛନ୍ତି ବୋଲି ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri