ଚାଷୀ ସମାବେଶରେ ମନ୍ତ୍ରୀ, ବିଧାୟକ:  ଚାଷ ପ୍ରତି ଆଗ୍ରହ ରଖିଲେ ବିକାଶ ହେବ

ଛତ୍ରପୁର,୧୨ା୯(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସଂସ୍କୃତି ଭବନଠାରେ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବୁଧବାର ଚାଷୀ ସମାବେଶ ଆୟୋଜନ ହୋଇଥିଲା। ଶ୍ରମିକ ନେତା ରାଜେନ୍ଦ୍ର ଦାଶ ସ୍ବାଗତ ସମ୍ଭାଷଣ ଦେଇଥିବା ବେଳେ ମହାସଭା ସମ୍ପାଦକ ସୀମାଞ୍ଚଳ ନାହାକ, ସଭାପତି ତ୍ରିନାଥ ବିଶ୍ୱାଳ ଏହାକୁ ସଂଯୋଜନା କରିବା ସହ ଚାଷୀଙ୍କ ବିଭିନ୍ନ ସମସ୍ୟା ଉତ୍‌ଥାପନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କାଳିଆ ଯୋଜନାରେ ଚାଷୀ, ଭାଗଚାଷୀ, ଭୂମିହୀନ, କୃଷି ଶ୍ରମିକମାନଙ୍କୁ ସାମିଲ କରି ରାଜ୍ୟ ସରକାର ସହାୟତା ପ୍ରଦାନ କରୁଥିବା କହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ଦରଦୀ ବନ୍ଧୁ ବୋଲି ଦର୍ଶାଇଥିଲେ। ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ସରକାର ସର୍ବଦା ଉଦ୍ୟମ କରିଛନ୍ତି ଏବଂ ଆସନ୍ତା ବର୍ଷରୁ ଚାଷୀଙ୍କଠାରୁ ଧାନ ଭଳି ମୁଗ ଓ ବିରି ମଧ୍ୟ କିଣାଯିବ ବୋଲି ସେ ସୂଚନା ଦେଇଥିଲେ ା ମନ୍ତ୍ରୀ ସ୍ବାଇଁ କେନ୍ଦ୍ର ସରକାରଙ୍କ ଚାଷୀ ଓ ଶ୍ରମିକ ମାରଣନୀତିକୁ କଡା ସମାଲୋଚନା କରିଥିଲେ ା
ସମାବେଶରେ କୃଷି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗଞ୍ଜାମ ଜିଲା ରାଜ୍ୟରେ ଚାଷ କ୍ଷେତ୍ରରେ ଆଗରେ ରହିଛି ବୋଲି କହିଥିଲେ। ଚାଷ ଦେଶ ଓ ରାଜ୍ୟର ଉନ୍ନତି କରିଛି ା ଚାଷ କ୍ଷେତ୍ରରେ ଅଧିକ ଆଗ୍ରହ ରଖିଲେ ଆହୁରି ବିକାଶ ହୋଇପାରିବ ବୋଲି ସେ କହିଥିଲେ ା ଆର୍ଯ୍ୟପଲ୍ଲୀରେ ପ୍ରସ୍ତାବିତ ମତ୍ସ୍ୟ ଜେଟି ନିର୍ମାଣ ହୋଇ କାର୍ଯ୍ୟକାରୀ କରାଯିବ। ଜିଲାରେ ବର୍ଷକ ମଧ୍ୟରେ ୧୦ ଲକ୍ଷ ଅଣ୍ଡା ଉପତ୍ାଦନ ବଢିବ ବୋଲି ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ଯୋଗଦେଇ ଚାଷର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବା ଉପରେ ଗୁରୁତ୍ୱାରୋପ କରିବା ସହ ନଦୀ କୂଳରେ ଇଟାଭାଟିକୁ ନାପସନ୍ଦ କରିଥିଲେ ା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାଷୀର ବିକାଶ ପାଇଁ ଅହରହ ଉଦ୍ୟମ କରିଚାଲିଥିବା ଋଷିକୁଲ୍ୟା ରୟତ ମହାସଭାକୁ ପ୍ରଶଂସା କରିବା ସହ ଚାଷୀମାନେ ପଞ୍ଜୀକରଣ କରିବାକୁ ପରାମର୍ଶ ଦେଇଥିଲେ ା ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ଜିଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ଚାଷୀ ନେତା ସୁଧୀର ସାହୁ, ସୀତାରାମ ପାଣିଗ୍ରାହୀ, କିଶୋର ଚନ୍ଦ୍ର ସେନାପତି ପ୍ରମୁଖ ମଞ୍ଚାସୀନ ଥିଲେ ା ଚାଷୀ ନେତା ବିଜୟ ସ୍ବାଇଁ ଓ ଅନ୍ୟ ଚାଷୀ ନିଜ ମତ ରଖିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri