ଚାଷ ଜମିରେ ଲୁଣାପାଣି : ଚାଷୀଙ୍କ ଆନ୍ଦୋଳନ

ମହାକାଳପଡା,୨୪ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି। ଘେରିର ଲୁଣାଜଳ ଚାଷ ଜମିରେ ପ୍ରବେଶ କରାଉଛନ୍ତି। ଫଳରେ ଚାଷ ଜମିଗୁଡିକ ନଷ୍ଟ ହେଉଛି। ଏନେଇ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ପ୍ରତିବାଦରେ ଚାଷୀମାନେ ରବିବାର ଖରିନାସୀପ୍ରଭାକରପୂର ପୂର୍ତ୍ତବିଭାଗ ରାସ୍ତାକୁ ଓଁକାର ମନ୍ଦିରଠାରେ ରାସ୍ତାରୋକୋ କରିଥିଲେ। ସେମାନେ ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରିବାରୁ ଦୁଇଘଣ୍ଟା ପର୍ଯ୍ୟନ୍ତ ଯାତାୟାତ ଠପ୍‌ ହୋଇଯାଇଥିଲା। ଖବରପାଇ ଜମ୍ବୁ ମେରାଇନ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ସୂଚନାଯୋଗ୍ୟ, ଖରିନାସୀ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳରେ ବେଆଇନ ଭାବେ ବହୁ ପରିମାଣରେ ଚିଙ୍ଗୁଡିଘେରି ନିର୍ମାଣ କରାଯାଇଛି। ଖରାଦିନେ ଘେରୀରେ ଥିବା ଲୁଣା ଜଳକୁ ଚାଷ ଜମିରେ ପ୍ରବେଶ କରାଇ ଧାନ ତଳି ନଷ୍ଟ କରାଯାଉଛି। ଏନେଇ ଚଳିତ ବର୍ଷ ଫେବୃୟାରୀରେ ସ୍ଥାନୀୟ ଅଞ୍ଚଳର ଚାଷୀ ତତ୍କାଳୀନ କେନ୍ଦ୍ରାପଡ଼ା ଜିଲାପାଳ ଦାଶରଥି ଶତପଥୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ସରଜମିନ ତଦନ୍ତ କରି ସମାଧାନ କରିବାକୁ ସେତେବେଳେ ଜିଲାପାଳ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ତହସିଲଦାର ଘଟଣାସ୍ଥଳରେ ପହଞ୍ଚତ୍ ଏହାର ତଦନ୍ତ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲେ। ଏହାପରେ ପୁନର୍ବାର ଲୁଣା ପାଣି ପଶି ଚାଷ ଜମି ନଷ୍ଟ ହେବାରୁ ଚାଷୀମାନେ ଆନ୍ଦୋଳନ କରିଛନ୍ତି । ଖରିନାସୀ-ଟୁବି ଗଳିଆ ନଦୀ ଘେରୀବଂନ୍ଧର ୧ ନଂ କଲଭର୍ଟରେ ଲୁଣାପାଣି ଛଡାଯାଇଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ସମସ୍ୟାର ସମାଧାନ କରିବାକୁ ସେମାନେ ଦାବି କରିଛନ୍ତି।
ଏହି ଆନ୍ଦୋଳନରେ ଓ୍ବାର୍ଡ ସଭ୍ୟ କଲ୍ୟାଣ ରାୟଙ୍କ ନେତୃତ୍ୱରେ ମିଳନ ମଣ୍ଡଳ, ଭବେନ ମଣ୍ଡଳ, ବିଶ୍ୱନାଥ ସରକାର, ଊର୍ମିଳା ଗୋସ୍ବାମୀ ଓ ମନୋଜ ମଣ୍ଡଳ ସମେତ ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ସାମିଲ ହୋଇଥିଲେ। ଏନେଇ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ବଡ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri